ଲଗାଣ ବର୍ଷା ଯୋଗୁ ସ୍କୁଲ, ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା କଲେ ଜିଲାପାଳ

ଛତ୍ରପୁର, ୯/୯(ସନ୍ତୋଷ ପାଢ଼ୀ ): ଲଗାଣ ବର୍ଷା ଯୋଗୁ ମଙ୍ଗଳବାର ଗଞ୍ଜାମ ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ଏନେଇ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିର୍ଦ୍ଦେଶନାମା ଜାରି କରି ଏହି ସୂଚନା ଦେଇଛନ୍ତି।

ସେହିପରି ଆସନ୍ତାକାଲି ମାଲକାନଗିରିରେ ମଧ୍ୟ ସ୍କୁଲ ଏବଂ ଅଙ୍କନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା। ପ୍ରବଳ ବର୍ଷା ଯୋଗୁ ଜିଲାପାଳ ସୋମବାର ଛୁଟି ଘୋଷଣା କରିଛନ୍ତି। ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି।

କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଲୋକେ ପାଣି ଘେରରେ ଅଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଏସଆରସିଙ୍କ ସମେତ ଦୁଇ ଜିଲାର ଜିଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ପାଇଁ ରାଜସ୍ବ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ।

ବର୍ଷାଜନିତ ସମସ୍ୟା ପାଇଁ ଏନଡିଆରଏଫ ଟିମ ୪ ଜିଲା ଗସ୍ତ କରିଛନ୍ତି। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, କଟକ, ନୟାଗଡ଼। ଏହି ଚାରି ଜିଲାକୁ ଗୋଟିଏ ଲେଖାଏ ଏନଡିଆରଏଫ ଟିମ ଯାଇଛନ୍ତି। ପୂର୍ବରୁ ବନ୍ୟା ପ୍ରଭାବିତ ମାଲକାନଗିରି ଯାଇଥିଲେ ଏନଡିଆରଏଫ ଟିମ ।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଡିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri