ଆଜି ୫ ଜିଲାରେ ସ୍କୁଲ ଛୁଟି:ଜାଣନ୍ତୁ କେଉଁ କେଉଁ ଜିଲା…

ଭୁବନେଶ୍ୱର,୨୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ବାତ୍ୟା ପାଇଁ ୩ଦିନ ସ୍କୁଲ ବନ୍ଦ ରହିଥିଲା। ଶନିବାର ସ୍କୁଲ ଖୋଲୁଛି। ମାତ୍ର ବର୍ଷା ଲାଗି ରହିଥିବାରୁ ରାଜ୍ୟର ୫ ଜିଲାରେ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱରର ଆକଳନ ଅନୁଯାୟୀ, ଶନିବାର ପ୍ରବଳ ବର୍ଷା ହେବା ନେଇ ୨୧ ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ଏହି ୫ଟି ଜିଲାର ଜିଲାପାଳ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ସୂଚନା ଜାରି କରାଯାଇଛି।

Share