ଭୁବନେଶ୍ୱର,୨୦।୬: ଗ୍ରୀଷ୍ମଛୁଟି ପରେ ଚଳିତମାସ ୨୧ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ। ହେଲେ ୭ଟି ଜିଲାରେ ଗ୍ରୀଷ୍ମପ୍ରବାହର ପରିସ୍ଥିତିକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲାର ଜିଲାପାଳମାନେ ସକାଳୁଆ ସ୍କୁଲ କିମ୍ବା ସମ୍ପୂର୍ଣ୍ଣ ଛୁଟି ପାଇଁ ନିଷ୍ପତ୍ତି ନେଇପାରିବେ । ବାକି ୨୩ଟି ଜିଲାରେ ଜୁନ ୨୧ରେ ସ୍କୁଲ ଖୋଲିବା ନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି ।
ତେବେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ବରଗଡ, ଅନୁଗୋଳ, ସୁବର୍ଣ୍ଣପୁର ଓ ବଲାଙ୍ଗୀର ଭଳି ୭ଟି ଜିଲାର ଜିଲାପାଳମାନେ ପାଣିପାଗ ପରିସ୍ଥିତିକୁ ଦେଖି ସକାଳୁଆ ସ୍କୁଲ କିମ୍ବା ସମ୍ପୂର୍ଣ୍ଣ ଛୁଟି ଘୋଷଣା କରିପାରିବେ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି।