୧୭ରୁ ଖୋଲିବ ସ୍କୁଲ, ସାଢ଼େ ୬ରୁ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ। ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସକାଳ ସାଢ଼େ ୬ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା ହେବ ବୋଲି ଏନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବ। ଗ୍ରୀଷ୍ମପ୍ରବାହର ସ୍ଥିତିକୁ ଦେଖି ଜିଲାର ଜିଲାପାଳମାନେ ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରିପାରିବେ ବୋଲି ନିର୍ଦ୍ଦେଶ ରହିଛି।

ସୂଚନାଯୋଗ୍ୟ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗତ ୧୨ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିଛି।

Share