ବରଗଡ଼ରେ ୨୩ରୁ ଖୋଲିବ ବିଦ୍ୟାଳୟ

ବରଗଡ଼,୨୦।୬(ପ୍ରେମାନନ୍ଦ ଖମାରୀ): ଗ୍ରୀଷ୍ମ ପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲା ପ୍ରଶାସନ ଗ୍ରୀଷ୍ମଛୁଟିକୁ ୨୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛି । ଅର୍ଥାତ୍‌ ଆସନ୍ତା ୨୩ତାରିଖରୁ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ଘରୋଇ ବିଦ୍ୟାଳୟ ଖୋଲିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ଏ ନେଇ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ପତ୍ରସଂଖ୍ୟା- ୫୦୩୮/ତା-୨୦।୬।୨୩ରିଖରେ ସୂଚୀତ କରାଯାଇଛି । ଆସନ୍ତା ୨୩ ଏବଂ ୨୪ତାରିଖ ୨ଦିନ ସକାଳ ସାଢ଼େ ୬ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ବିଦ୍ୟାଳୟରେ ପାଠପଢ଼ା ଚାଲିବ ଏବଂ ୨୬ତାରିଖରୁ ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ, ପାଠପଢ଼ା ହେବ ବୋଲି ସେଥିରେ ସୂଚନା ଦିଆଯାଇଛି । ଏଠାରେ ଉଲ୍ଲେଖଯୋଗ୍ୟ, ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ
୨୧ତାରିଖ ଅର୍ଥାତ ବୁଧବାରରୁ ବିଦ୍ୟାଳୟ ଖୋଲିବାକୁ ନିଷ୍ପତ୍ତି ନେଇଥିଲା । ତେବେ ଜିଲାର ପରିସ୍ଥିତି ଅନୁସାରେ ପଦକ୍ଷେପ ଗ୍ରହଣ କରିବାକୁ ବରଗଡ଼ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯିବା ପରେ ଜିଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼, ୧୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଥୁଆଙ୍ଗପଦର ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ସମ୍ପନ୍ନ...

ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ: ବାପପୁଅଙ୍କ ସମେତ ୩ ମୃତ, ଖାରିପଲ୍ଲୀ ଗାଁରେ ଉତ୍ତେଜନା

ଧରାକୋଟ/ବ୍ରହ୍ମପୁର,୧୮ା୩(ବିଷ୍ଣୁକେଶରୀ ଆଚାର୍ଯ୍ୟ/ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ପୁଣିଥରେ ମୁଣ୍ଡ ନେଇଛି। ବଡ଼ଗଡ଼ ଥାନା ଅନ୍ତର୍ଗତ ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ...

ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଘୁମୁସର ବନଖଣ୍ଡ ସମ୍ବର୍ଦ୍ଧିତ: ଦକ୍ଷିଣ ବନଖଣ୍ଡର ୧୬, ଉତ୍ତର ବନଖଣ୍ଡର ୭ ସମ୍ବର୍ଦ୍ଧିତ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ)- ପୁରୀ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ଗଞ୍ଜାମ ଜିଲା ଭଞ୍ଜନଗର ଦକ୍ଷୀଣ ଘୁମୁସର ବନଖଣ୍ଡର ୧୬ ଜଣ ଏବଂ ଉତ୍ତର ଘୁମୁସର ବନଖଣ୍ଡର ୭...

ଦୁର୍ଘଟଣାରେ ଆଖି ବୁଜିଲେ ୨ ଯୁବକ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ )- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟର ବାଳକୃଷ୍ଣ ପାତ୍ର(୪୦) ମଙ୍ଗଳବାର ନିଜ ଘର ସମ୍ମୁଖରେ ଅସାବଧାନତା ବଶତଃ ଝୁଣ୍ଟି ପଡିବାରୁ...

ଖବର ପ୍ରକାଶ ପରେ ମରାମତି ହେଲା ପ୍ରକଳ୍ପ, ଧନ୍ୟବାଦ ଜଣାଇଲେ ଗ୍ରାମବାସୀ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ନଦୀ ପଡାରେ ୧୦ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ଏଠାରେ ଥିବା ଏକମାତ୍ର...

ଅଜା, ଆଈ ଭରସାରେ ଭିନ୍ନକ୍ଷମ ଜଗଦୀଶ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମା’ବାପା ମାନସିକ ରୋଗାକ୍ରାନ୍ତ ହୋଇଥିବାବେଳେ ସେମାନଙ୍କର ୫ ବର୍ଷର ଭିନ୍ନକ୍ଷମ ଶିଶୁପୁତ୍ର ଅଜା, ଆଈଙ୍କ ଭରସାରେ ଜୀବନ ବିତାଉଛନ୍ତି। ଏଭଳି...

ଲେଙ୍ଗୁମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ପୌର ପରିଷଦର ନୋଟିସ୍ -ଏଥର ଉଚ୍ଛେଦ ହେବ ତ !

ବରଗଡ, ୧୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ମସିହାରୁ ଦାବି...

ପାରଳାଖେମୁଣ୍ଡିରେ ମେଡିକାଲ କଲେଜ ଖୋଲିବାକୁ ଦାବି ଜଣାଇଲେ ବିଧାୟକ

ଗଜପତି,୧୮।୩ି(ଗିରିଧାରୀ ପରିଛା): ବର୍ତ୍ତମାନ ବିଧାନସଭା ଅଧିବେଶନ ଚାଲୁ ରହିଥିବା ବେଳେ ପାରଳାଖେମୁଣ୍ଡି ବିଧାୟକ ଇଂ.ରୁପେଶ କୁମାର ପାଣିଗ୍ରାହୀ ପାରଳାଖେମୁଣ୍ଡିଠାରେ ଏକ ମେଡିକାଲ କଲେଜ ଖୋଲିବାକୁ ଦାବି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image