ଜିଲାପାଳଙ୍କ ନିର୍ଦ୍ଦେଶକୁ ମାନିଲେନି ଶିକ୍ଷା କମିଟି: ଫେରିଗଲେ ପ୍ରଧାନ ଶିକ୍ଷକ

କେସିଙ୍ଗା,୧୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ସ୍ଥିତ
ଜବାହାର ଉଚ୍ଚ ବିଦ୍ୟାପୀଠ ବାଲସି (କ) ର ପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରା ନ ଦେବାରୁ ନିରାଶ ରେ ଫେରି ଯାଇଛନ୍ତି। ଶିକ୍ଷା କମିଟି ସଭାପତି ଗୋପାଳ ସାହୁଙ୍କ ନେତୃତ୍ବରେ ସୋମବାର ଏକ ଗଣଧାରଣା ଦିଆଯାଇଛି।

ଉକ୍ତ ବିଦ୍ୟାପୀଠପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତଙ୍କୁ ଏହି ବ୍ଲକର କନ୍ତେଶିର ଗ୍ରାମ ସ୍ଥିତି କପିଳେଶ୍ୱର ହାଇସ୍କୁଲରୁ ଜବାହର ଉଚ୍ଚ ବିଦ୍ୟାପୀଠକୁ ଫେରାଇ ଆଣିବା ପାଇଁ ଜିଲ୍ଲାପାଳ, କଳାହାଣ୍ଡିଙ୍କ ଚିଠି ସଂଖ୍ୟା ୬୩୮୯/ ୭.୧୦.୨୪ ଆଦେଶ ଦେଇଛନ୍ତି। ସୋମବାର ପ୍ରଧାନ ଶିକ୍ଷକ ଉକ୍ତ ପଦ୍ୟାପୀଠକୁ ଯୋଗଦାନ କରିବାକୁ ଆସିଥିଲେ। ଶିକ୍ଷା କମିଟି ସଭାପତିଙ୍କ ନେତୃତ୍ୱରେ ସ୍କୁଲ ସମ୍ମୁଖରେ ତାଲା ପକାଇ ଗଣ ଧାରଣାରେ ଅନିର୍ଦ୍ଦିଷ୍ଟ କାଳ ଯାଏ ବସି ଥିବାରୁ ନିରାଶରେ ଫେରି ଯାଇଛନ୍ତି।

ତିନି ବର୍ଷ ତଳେ ଜିଲାଶିକ୍ଷା ଅଧିକାରୀ, କଳାହାଣ୍ଡି କନ୍ତେସିର ହାଇସ୍କୁଲକୁ ଡେପୁଟେସନରେ ପଠାଇଥିଲେ। ବର୍ତମାନ ଜିଲାପାଳ, କଳାହାଣ୍ଡିଙ୍କ ଚିଠି ସଂଖ୍ୟା 6389/ 07-10-2024 ଅନୁଯାଇ ରାଉତ ପୁଣିଥରେ ବିଦ୍ୟାଳୟକୁ ଆସିବା ପାଇଁଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳଙ୍କ ଆଦେଶକୁ ଉକ୍ତ ସ୍କୁଲ ପରିଚାଳନା କମିଟି ନ ମାନି ପୂର୍ବତନ ପ୍ରଧାନ ଶିକ୍ଷକ ଙ୍କୁ ଫେରାଇ ଦେଇଥିଲେ। ସ୍କୁଲ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଲା ପକାଇ ଗଣଧାରଣା ଦେଇଛନ୍ତି।

ଏ ସଂକ୍ରାନ୍ତରେ ଶିକ୍ଷା କମିଟି ସଭାପତି ଗୋପାଳ ସାହୁଙ୍କୁ ପଚାରିବାରୁ ପୂର୍ବତନ ପ୍ରଧାନ ଶିକ୍ଷକ ଦୁର୍ନୀତି କରୁଥିଲେ ବୋଲି ପ୍ରକାଶ କରିଥିଲେ। ଏ ନେଇ ପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତ ଙ୍କୁ ପଚାରିବାରୁ ମୁଁ କୌଣସି ଦୁର୍ନୀତି କରି ନାହିଁ,ମୋତେ କନ୍ତେଶିର ହାଇ ସ୍କୁଲକୁ ଡେପୁଟେସନ ରେ ପଠାଇ ଥିଲେ। ତାକୁ ବାତିଲ କରି ପୁଣି ମୋତେ ଉକ୍ତ ସ୍କୁଲରେ ଯୋଗଦାନ କରିବା ପାଇଁ ଆଦେଶ ଦେଇଛନ୍ତି। ଶିକ୍ଷା କମିଟି ସଭାପତି ଗ୍ରହଣ ନ କରି ତାଲା ପକାଇ ସ୍କୁଲ କୁ ବନ୍ଧ ରଖିଛନ୍ତି। ଏ ନେଇ ଇନଚାର୍ଜ ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ସାହୁଙ୍କୁ ପଚାରିବାରୁ ମୋତେ ଶିକ୍ଷା କମିଟି ତାଲା ଖୋଲିବା ପାଇଁ ମନା କରି ଲିଖିତ ଦେଇଛନ୍ତି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

ଗାଁରେ ଚାଲୁଥିଲା ଯାତ୍ରା: ହଠାତ୍‌ ୨ ଯୁବକଙ୍କୁ ବାନ୍ଧି ନିର୍ଧୁମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର,୧୬।୧୦: ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ। ବିଦ୍ୟୁତ ଖୁଣ୍ଟରେ ବାନ୍ଧି ବାଡେଇଲେ ଗ୍ରାମବାସୀ। ଏଭଳି  ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

୫ବର୍ଷର ଝିଅ ପେଟରେ ଛୁରି ଭୁସି ମାରିଦେଲେ ବାପା

ଚିତ୍ରକୋଣ୍ଡା,୧୬।୧୦: ବାପା କଲେ ଏମିତି, ସାବତ ମା’ଙ୍କ କଥାରେ ପଡ଼ି ନିଜର ୫ବର୍ଷର ଝିଅକୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା...

ନବୀନଙ୍କ ଜନ୍ମଦିନରେ ସମୁହ ଦୀପଦାନ

ଛତ୍ରପୁର,୧୬।୧୦(ଦିଲ୍ଲୀପ ସାମଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ ବର୍ଷରେ ପାଦ ଥାପିଛନ୍ତି। ବୁଧବାର ତାଙ୍କ ଜନ୍ମଦିନ ।...

ଟ୍ରାଙ୍କୁଲାଇଜ ହୋଇ ହାତୀ ଛୁଆକୁ ନନ୍ଦନକାନନ ଅଣାଯାଉଛି

ଖୋର୍ଦ୍ଧା,୧୬।୧୦: ରାଉରକେଲାରେ ହାତୀ ପଲଙ୍କୁ ଟ୍ରେନ ଧକ୍କା ଦେବା ଘଟଣାରେ ଆହତ ହାତୀ ଛୁଆକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଉଛି। ଟ୍ରାଙ୍କୁଲାଇଜ ପରେ ଆହତ ହାତୀକୁ...

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼: ଏକ ପ୍ଲାଟୁନ ଫୋର୍ସ ମୁତୟନ

ବ୍ରହ୍ମପୁର, ୧୬।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗାଁ’ରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ବୋମାମାଡ ହୋଇଛି। ବୁଧବାର...

ଶ୍ୱଶୁର ଘରେ ଜ୍ୱାଇଁଙ୍କ ଉନ୍ମୁକ୍ତ କାଣ୍ଡ: ସ୍ତ୍ରୀ-ପୁତୁରାଙ୍କୁ ହାଣିଲେ

ବ୍ରହ୍ମଗିରି, ୧୬।୧୦(ସ୍ବାଧୀନ ଚମ୍ପତ୍ତିରାୟ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କୁସୁବେଣ୍ଟି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ନିଜ ଶ୍ୱଶୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri