ନୂଆଦିଲ୍ଲୀ,୧୩।୧: ଜାନୁୟାରୀ ୧୮ଠାରୁ ରାଜଧାନୀ ଦିଲ୍ଲୀରେ ସ୍କୁଲ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ସ୍କୁଲକୁ ଅଭିଭାବକଙ୍କ ଅନୁମତି ନେଇ ଆସିପାରିବେ। ତେବେ ଉପସ୍ଥାନ ବାଧ୍ୟତାମୂଳକ ନୁହେଁ। ଛାତ୍ରୀଛାତ୍ରମାନେ ଚାହିଁଲେ ସ୍କୁଲ ଆସିପାରିବେ। ଅନ୍ଲାଇନ୍ ପାଠପଢ଼ା ପୂର୍ବ ପରି ଜାରି ରହିବ ବୋଲି ଜାରି ହୋଇଥିବା ନିର୍ଦ୍ଦେଶରେ ଉଲ୍ଲେଖ କରାଯାଇଛି। କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ୨୦୨୦ ମାର୍ଚ୍ଚ ୧୬ଠାରୁ ରାଜ୍ୟରେ ସ୍କୁଲଗୁଡ଼ିକ ବନ୍ଦ ରହିଥିଲା। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାରଙ୍କ ନିର୍ଦ୍ଦେଶକ୍ରମେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିଲା। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବାରୁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ତେବେ ସ୍କୁଲଗୁଡ଼ିକରେ କରୋନା ମାର୍ଗଦର୍ଶିକାକୁ ପାଳନ କରାଯିବା ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ୱାରୋପ କରାଯାଇଛିି।