ନୂଆଁଖାଇ ଉପଲକ୍ଷେ ସୋମ‌ବାର‌ ବନ୍ଦ ରହିବ ବିଦ୍ୟାଳୟ

ଭୁବନେଶ୍ୱର,୪।୯: ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମ‌ବାର‌) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ ଏଥିପାଇଁ ଲଗ୍ନ ନିର୍ଦ୍ଧାରଣ ହୋଇଛି।

ସ୍ଥାନୀୟ ବ୍ରହ୍ମପୁରା ମନ୍ଦିରରେ ଅନୁଷ୍ଠିତ ବ୍ରହ୍ମ ପଣ୍ଡିତ ମହାସଭାର ପଣ୍ଡିତ ଓ ବିଦ୍ବାନଙ୍କ ଏକ ବୈଠକରେ ବିଷ୍ଣୁସହସ୍ର ନାମ ପାଠ ପରେ ଆସନ୍ତା ସେପ୍ଟେମ୍ବର ୮ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ରବିବାର ପୂର୍ବାହ୍ନ ୯ଟା ୧୨ ମିନିଟ୍ ରୁ ୯ ଟା ୨୭ ମଧ୍ୟରେ ତୁଳା ଲଗ୍ନରେ ସମ୍ବଲପୁରର ଆରାଦ୍ଧ୍ଯ ଦେବୀ ମାଁ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ଦିନ ଓ ସମୟ ଧାର୍ଯ୍ଯ ହୋଇଛି।

ନୂଆଖାଇ ଏକ ଗଣପର୍ବ । ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି । ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଆମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ । ଚାଷୀ ପ୍ରଥମକରି ଆମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri