ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଚଳିତମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ଯେଉଁ ନିଷ୍ପତ୍ତି ହୋଇଥିଲା ତାକୁ ରାଜ୍ୟ ସରକାର ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଡିସେମ୍ବରରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣର ଆଶଙ୍କା ଥିବାରୁ ସ୍କୁଲ ଖୋଲିବା ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇଥିବା ମନ୍ତ୍ରୀ କହିଛନ୍ତି। ସ୍ବାସ୍ଥ୍ୟ ବିଭାଗର ଗାଇଡ୍ଲାଇନ ଅନୁସାରେ ଏନେଇ ପରେ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।