ବରଗଡ଼ରେ ସ୍କ୍ରବ ଟାଇଫସ ଆତଙ୍କ : ୨ସପ୍ତାହରେ ୫ମୃତ

ବରଗଡ ୧୨।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାରେ ସ୍କ୍ରବ ଟାଇଫସ ରୋଗ ଏବେ ଆତଙ୍କ ଖେଳାଇ ଦେଇଛି। ଜିଲାରେ ଗତ ୨ସପ୍ତାହ ମଧ୍ୟରେ ୫ଜଣଙ୍କ ମୃତ୍ୟୁ ହେଲାଣି। ସେହିପରି ଅନେକ ଆକ୍ରାନ୍ତ ଏବେ ମଧ୍ୟ ଚିକିତ୍ସାଧୀନ ଅଛନ୍ତି। ଏକ କୀଟ କାମୁଡା ଯୋଗୁଁ ଲୋକେ ଏହି ରୋଗରେ ଆକ୍ରାନ୍ତ ହେଉଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ରୋଗରେ ବର୍ତ୍ତମାନ ସୁଦ୍ଧା ୫ଜଣଙ୍କ ମୃତ୍ୟୁ ହୋଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ) ଡା. ଜିତେନ୍ଦ୍ର ମୋହନ ବେବର୍ତ୍ତା କହିଛନ୍ତି । ସେମାନଙ୍କ ମଧ୍ୟରେ ଅତାବିରା ବ୍ଲକ ଲସ୍ତଲା, ଭେଡେନ ବ୍ଲକର ସାହ୍ଲେପାଲି, ସୋହେଲା ବ୍ଲକର ପେଟୁପାଲି, ବେହେରାପାଲି ଏବଂ ବରପାଲି ବ୍ଳକ ଖଇରପାଲିର ଜଣେ ଲେଖାଏଁ ରହିଥିବା ସେ କହିଛନ୍ତି।

ସେହିପରି ଇତିମଧ୍ୟରେ ୧୭୮ଜଣଙ୍କ ରକ୍ତ ନମୁନା ପରୀକ୍ଷା ହୋଇଛି ଏବଂ ୩ଜଣଙ୍କ ପଜିଟିଭ ରିପୋର୍ଟରେ ଆସିଥିବା ସିଡିଏମଓ ସୂଚନା ଦେଇଛନ୍ତି। ଜିଲାର ଲୋକେ ମୁଖତଃ ଚାଷ କାମ ଉପରେ ନିର୍ଭର କରୁଥିବାବେଳେ ସାଧାରଣତଃ ଚାଷ ଜମିକୁ ଯିବା ଆସିବା ଲାଗି ରହିଥାଏ ।
ତେବେ ଏଭଳି ସମୟରେ ଚାଷୀଙ୍କ ଚିନ୍ତା ବଢାଇଦେଇଛି ସ୍କର୍ବ ଟାଇଫସ କୀଟ। ଏକ କୀଟ ଏହି ରୋଗର କାରଣ ହେଉଥିବାବେଳେ ଲୋକେ ସଚେତନତାର ଅଭାବ ଯୋଗୁ ମୃତ୍ୟୁ ମୁଖରେ ପଡୁଛନ୍ତି। ତେବେ ଏହି ରୋଗର ଚିକିତ୍ସା ବ୍ୟବସ୍ଥା ରହିଛି ଏବଂ ଜ୍ବର ଲାଗି ରହିଲେ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରିବା ପାଇଁ ସିଡିଏମଓ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ...

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୯ ଶହ ୮୯ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି,...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

ରାସ୍ତା ପାରି ହେଉଥିବା ବେଳେ ମାଡ଼ି ଗଲା ଗାଡ଼ି, ଆଉ ତା’ପରେ…

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବିଜୁ ଏକ୍ସପ୍ରେସ ୱେ କଳାହାଣ୍ଡି ଜିଲା କୋକସରା ଥାନା ବେହେରା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।...

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri