ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର,୨୩।୬(ବ୍ୟୁରୋ)କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମଙ୍ଗଳବାର ମନା କରିଦେଇଛନ୍ତି। ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ପକ୍ଷରୁ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାୟନ ନେଇ ଆପତ୍ତିକୁ ମଧ୍ୟ ଖାରଜ କରିଦେଇଛନ୍ତି। ଉଭୟ ସରକାର ଓ ବୋର୍ଡ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ଥିବାରୁ ପରୀକ୍ଷା ରଦ୍ଦ ନିଷ୍ପତ୍ତି ନିଆଯାଇଥିବା ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ କରିଛନ୍ତି।
କୋଭିଡ୍‌ ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବା ବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ପଦ୍ଧତିକୁ ନେଇ କେତେଜଣ ଛାତ୍ରୀଛାତ୍ର ଓ ଅଭିଭାବକ ଚିନ୍ତା ବ୍ୟକ୍ତ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଦ୍ୱାଦଶ ଶ୍ରେଣୀ ଫଳାଫଳ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ଏବଂ ସିଆଇସିଏସ୍‌ଇ ଯୋଜନାରେ ରହିଥିବା ଅଧିକାଂଶ ଅନୁଚ୍ଛେଦ ଏକତରଫା ହୋଇଥିତ୍ବାରୁ ପିଲାଙ୍କ ଭବିଷ୍ୟତ ପାଇଁ କ୍ଷତିକାରକ ହୋଇପାରେ ବୋଲି ସେମାନେ ଅଭିଯୋଗ ଆଣିଥିଲେ। କେତେକ ପିଟିଶନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯାଇଥିବାବେଳେ ଅନ୍ୟ ଆବେଦନଗୁଡ଼ିକରେ ଉଭୟ ବୋର୍ଡର ମୂଲ୍ୟାୟନ ସୂତ୍ରକୁ ବିରୋଧ କରାଯାଇଥିଲା। ଜଷ୍ଟିସ୍‌ ଏ.ଏମ୍‌. ଖାନ୍‌ଓ୍ବିଲିକର ଏବଂ ଦୀନେଶ ମାହେଶ୍ୱରୀଙ୍କୁ ନେଇ ଗଠିତ ସ୍ବତନ୍ତ୍ର ଖଣ୍ଡପୀଠ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ପିଟିଶନ ଉପରେ ସୋମବାର ଶୁଣାଣି କରି ଉଭୟ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇ ବୋର୍ଡକୁ ମଙ୍ଗଳବାର ସୁଦ୍ଧା ଜବାବ ଦାଖଲ ପାଇଁ କହିଥିଲେ। ଏହି ମାମଲାରେ ବିଚାରାଧୀନ ସମସ୍ତ ପିଟିଶନର ଶୁଣାଣି ମଙ୍ଗଳବାର ହୋଇଛି। ଶିକ୍ଷା ବୋର୍ଡର ପ୍ରସ୍ତାବକୁ ଉଚିତ ଓ ଯୁକ୍ତିଯୁକ୍ତ ବୋଲି ଗଠିତ ସ୍ବତନ୍ତ୍ର ଖଣ୍ଡପୀଠ କହିଛନ୍ତି। ସିବିଏସ୍‌ଇ ଏବଂ ସିଆଇସିଏସ୍‌ଇର ମୂଲ୍ୟାୟନ ସୂତ୍ରକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ଅର୍ଥାତ୍‌ ପୂର୍ବ ନିର୍ଦ୍ଧାରିତ ପଦ୍ଧତି ଅନୁଯାୟୀ ଦ୍ୱାଦଶ ମୂଲ୍ୟାୟନ କରାଯିବ। ସିବିଏସ୍‌ଇ କମ୍ପାର୍ଟମେଣ୍ଟ ପରୀକ୍ଷା ୨୦୨୧ ରଦ୍ଦ କରିବା ପାଇଁ ହୋଇଥିବା ଆବେଦନ ଉପରେ ମଧ୍ୟ ସର୍ବୋଚ୍ଚ ଅଦାଲତ ମଙ୍ଗଳବାର ଶୁଣାଣି କରିଛନ୍ତି। ୧,୧୫୨ ଜଣ ଛାତ୍ରୀଛାତ୍ର ସୁପ୍ରିମକୋର୍ଟରେ ପିଟିଶନ ଦାୟର କରି ଦର୍ଶାଇଥିଲେ ଯେ, ସିବିଏସ୍‌ଇ ନିୟମିତ ଛାତ୍ରୀଛାତ୍ରଙ୍କ ପାଇଁ ସ୍ଥିର କରିଥିବା ମୂଲ୍ୟାୟନ ସୂତ୍ର ଆଧାରରେ କମ୍ପାର୍ଟମେଣ୍ଟ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ କରୁ। ଏନେଇ ସିବିଏସ୍‌ଇକୁ ନିର୍ଦ୍ଦେଶ ଦେବା ପାଇଁ କମ୍ପାର୍ଟମେଣ୍ଟ ପରୀକ୍ଷା ଦେବାକୁ ଥିବା ଛାତ୍ରୀଛାତ୍ର ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଏହି ଆବେଦନ ଉପରେ ଶୁଣାଣି କରି ସୁପ୍ରିମକୋର୍ଟ ଏଭଳି ନିର୍ଦ୍ଦେଶ ଦେବାକୁ ସ୍ପଷ୍ଟ ଭାବେ ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଲି ପଡ଼ିଥିବା ୧୧୩୪ ପଞ୍ଚାୟତସ୍ତରର ପଦବୀ ପୂରଣ ହେବ

ଭୁବନେଶ୍ୱର,୧୨ା୪(ସୁନିତ୍‌ ମିଶ୍ର): ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ...

ତେଜୁଛି ବିଜେଡି କଳି: ନବୀନଙ୍କୁ ବରିଷ୍ଠଙ୍କ ପାଲଟା ଚ୍ୟାଲେଞ୍ଜ

ଭୁବନେଶ୍ୱର, ୧୨ା୪(ସୁନିତ୍‌ ମିଶ୍ର):ଦିନ ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାହା କହୁଥିଲେ ଏହା ଉପରେ କେହି ପଦାରେ ମଧ୍ୟ ଆଲୋଚନା...

୩୦ ଓଏଏସ୍‌ଙ୍କୁ ପଦୋନ୍ନତି

ଭୁବନେଶ୍ୱର,୧୨।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀ(ଏସ୍‌ଏଜି)ଙ୍କୁ ସ୍ବତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସେଥିମଧ୍ୟରୁ...

ଜିଲାର ୧୪ଲକ୍ଷ ହିତାଧିକାରୀ ପାଇବେ କାର୍ଡ

ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା...

ନାତୁଣୀଙ୍କ ଅଶ୍ଳୀଳ ଫଟୋ ପ୍ରଘଟ କରି ବନ୍ଧାହେଲେ ଅଜା

ନୀଳଗିରି,୧୨।୪(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଅଶ୍ଳୀଳ ଫଟୋ ପ୍ରଘଟ କରିବା ଅଭିଯୋଗରେ ସମ୍ପର୍କୀୟ ଅଜାଙ୍କୁ...

ପ୍ରଭାବିତ ହେବ ବିଶ୍ୱ ଅର୍ଥନୀତି

ବେଜିଂ/ଓ୍ବାଶିଂଟନ୍‌,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏକତରଫା ଭାବେ ଚାଇନା ସାମଗ୍ରୀଗୁଡ଼ିକ ଉପରେ ୧୪୫% ଟାରିଫ୍‌ ବୃଦ୍ଧି ଘୋଷଣା କରିଥିବା ଶୁକ୍ରବାର ବେଜିଂ ଦର୍ଶାଇଛି। ଚାଇନା...

ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):  ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ...

କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ

ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image