କରୋନାର ଦୋହରା ମାଡ଼: ଲଗାତାର ୪ ଦିନ ଧରି ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୫।୪: ଦେଶରେ କରୋନା ସଂକ୍ରମଣ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଚିନ୍ତା ବୃଦ୍ଧି ପାଇଛି। ଲଗାତାର ୪ ଦିନ ଧରି ଦେଶରେ ଚିହ୍ନଟ ହେଉଥିବା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରୁ ଅଧିକ ରହିଛି। ୨୧ ରୁ ୨୪ ଏପ୍ରିଲ୍‌ ମଧ୍ୟରେ ଗତ ୪ ଦିନ ମଧ୍ୟରେ ୧୩ ଲକ୍ଷରୁ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୯ ହଜାର ୬୯୧ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨୭୬୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share