କଟକ, ଭୁବନେଶ୍ୱରରେ ୧୪୪ ଧାରା ଜାରି

ଭୁବନେଶ୍ୱର, ୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଆରମ୍ଭ ହୋଇଛି। ତେବେ ରାତ୍ରିକାଳୀନ କର୍ଫ୍ୟୁ ସମୟରେ କଟକ, ଭୁବନେଶ୍ୱରରେ ୧୪୪ ଧାରା ଜାରି କରାଯାଇଛି। ରାତି ୯ରୁ ସକାଳ ୫ଟା ଯାଏ ୧୪୪ ଧାରା ଜାରି କରାଯାଇଛି। ଏ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି।
୧୪୪ ଧାରା ଲାଗୁ ହୋଇଥିବାରୁ ବାହାରେ ବୁଲିବାକୁ କଡ଼ା ବାରଣ କରାଯାଇଛି। ଅତ୍ୟାବଶ୍ୟକ ସେବା ଯୋଗାକାରୀଙ୍କ ବ୍ୟତୀତ ଅନ୍ୟମାନଙ୍କୁ ବାହାରକୁ ବାହାରିବାକୁ ମନା କରାଯାଇଛି। ଏହାର ଉଲ୍ଲେଂଘନ କଲେ ଅମାନିଆଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରାଯିବ ବୋଲି ପୋଲିସ କମିଶନର କହିଛନ୍ତି।

Share