ଶ୍ରୀରାମ ନବମୀ, ଦାଣ୍ଡଯାତ୍ରା ଉପରେ କଟକଣା: ଜାରି ହେଲା ୧୪୪ ଧାରା

ନିଶ୍ଚିନ୍ତକୋଇଲି,୨୦।୪(ସ୍ବ.ପ୍ର.): ଓଡ଼ିଶା ପ୍ରସିଦ୍ଧ ଦାଣ୍ଡ ଯାତ୍ରା ଉପରେ କଟକଣା ଲାଗିଛି। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କେଣ୍ଟାଳ ପଞ୍ଚାୟତ ଅଧୀନ ମାଲିପୁର ଗ୍ରାମରେ ଥିବା ପ୍ରସିଦ୍ଧ ଆସୁରେଶ୍ୱର ରାମମନ୍ଦିରରେ ଶ୍ରୀରାମ ନବମୀ ଓ ଦାଣ୍ଡ ଯାତ୍ରା ଅନୁଷ୍ଟିତ ହୋଇଥାଏ। ଏଥିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ଚଳିତ ବର୍ଷ କରୋନା କଟକଣା ଲାଗି ବିନା ଭକ୍ତରେ ଏହାକୁ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ନିଶ୍ଚିନ୍ତକୋଇଲି ତହସିଲଦାର ମନୋରଞ୍ଜନ ତରସିଆ ମଙ୍ଗଳବାର ରଘୁନାଥ ମନ୍ଦିରର ୧୦୦ ମିଟର ପରିଧିରେ ୧୪୪ ଧାରା ଜାରି କରିଛନ୍ତି। ଏନେଇ ତହସିଲଦାର ନିଶ୍ଚିନ୍ତକୋଇଲି ଥାନା ଅଧିକାରୀଙ୍କୁ ଅବଗତ କରାଇବା ପରେ ମନ୍ଦିର ଚତୁଃପାର୍ଶ୍ୱରେ ବାଉଁଶ ବ୍ୟାରିକେଟ କରିବା ଲାଗି ଟ୍ରଷ୍ଟ ବୋର୍ଡକୁ ଅବଗତ କରାଯାଇଛି। ବୁଧବାର ଶ୍ରୀରାମ ନବମୀ ପାଇଁ ବ୍ୟାପକ ପୋଲିସ ମୁତୟନ କରାଯିବାର ବ୍ୟବସ୍ଥା ରହିଛି। ଆସନ୍ତା ୨୦ ତାରିଖରୁ ୨୨ ତାରିଖ ଓ ୨୪ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ ବୋଲି ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

OSSSC ପରୀକ୍ଷା ଫଳାଫଳ ଘୋଷଣା: RI, ICDS ସୁପରଭାଇଜର, ARI, ଅମିନ ପ୍ରିଲିମ୍‌ ପରୀକ୍ଷାରେ ସମସ୍ତେ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩ା୪: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ତାରିଖ...

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ରାଜ୍ୟ ସରକାରଙ୍କୁ ଲାଭାଂଶ ବାବଦରେ ୪ ନିଗମ ଦେଲେ ୨୦୬ କୋଟି ଟଙ୍କା

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ...

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ରାଜ୍ୟରେ ୩ ନୂଆ ସିଭିଲ ଜଜ୍‌ କୋର୍ଟ ଗଠିତ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image