ଦୀପାବଳି ଦିନ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଜାରି ହେବ ୧୪୪ ଧାରା

ପୁରୀ ଅଫିସ,୧।୧୧: ଆସନ୍ତା ୪ ତାରିଖରେ ପବିତ୍ର ଦୀପାବଳି ଓ ପୟାଶ୍ରାଦ୍ଧ। ଏହି ଅବସରରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୪୪ଧାରା ଜାରି ହେବ। ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତମାନେ ବଡବଡୁଆ ଡାକିବା ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକତ୍ରିତ ହୋଇ କାଉଁରିଆ କାଠ ଜାଳିଥାନ୍ତି। ତେବେ କୋଭିଡ ସଂକ୍ରମଣ ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା ସହକାଉଁରିଆ କାଠି ଜାଳିବା ଉପରେ କଟକଣା ଜାରି କରାଯାଇଛି। ଏଥିସହ କାଳିପୂଜା ଅବସରରେ ୪ ଓ ୫ ତାରିଖରେ ବୀରଗୋବିନ୍ଦପୁରସ୍ଥିତ ଦକ୍ଷିଣକାଳୀ ପୀଠରେ ୧୪୪ଧାରା ଜାରି କରାଯିବ।

Share