ଭୁବନେଶ୍ୱର,୩୦।୬(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ କମିଶନରେଟ୍ ପୋଲିସ ସୁରକ୍ଷା ଯାଞ୍ଚ କରିଛି । ସିପି, ଗୁଇନ୍ଦା ନିର୍ଦ୍ଦେଶକ, ଗୁଇନ୍ଦା ଡିଆଇଜି ଏବଂ ଡିସିପିଙ୍କ ଦ୍ୱାରା ବିଧାନସଭା ଯାଞ୍ଚ କରାଯାଇଛି। ବିଧାନସଭା ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ। ଅଧିବେଶନ ବେଳେ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବା ସହ ୫ଟି ସ୍ଥାନରେ କଣ୍ଟ୍ରୋଲ ରୁମ୍, ୬ ଜଣ ଏଏସ୍ପି, ୧୧ ଏସ୍ପି ରହିବେ।
ସୂଚନାଯୋଗ୍ୟ, ଜୁଲାଇ ୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ୨ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ଯାଏ ଚାଲିବ ମୌସୁମୀ ଅଧିବେଶନ। ଚଳିତ ବର୍ଷର ମୌସୁମୀ ଅଧିବେଶନରେ ସମୁଦାୟ ୨୪ଟି କାର୍ଯ୍ୟ ଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବା ସହ ଜୁଲାଇ ୩୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ ଆଗତ କରିବେ ସରକାର।