Categories: ଜାତୀୟ

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୦।୧୧: ଜମ୍ମୁ-କଶ୍ମୀରରେ ମଙ୍ଗଳବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଶୋପିଆନ୍‌ ଜିଲାର କଟପୁରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସେଠାରେ ଘେରାବନ୍ଦୀ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯିବା ସହିତ ସର୍ଚ୍ଚ ଅପରେଶନ ଜାରି ରହିଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

Share