ସୁରକ୍ଷା କର୍ମୀଙ୍କୁ ଠିକ୍‌ ଭାବେ ମିଳୁନି ଦରମା, ଜିଲାପାଳଙ୍କୁ…

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ସମେତ ଜିଲାର ବିଭିନ୍ନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସୁରକ୍ଷାକର୍ମୀଙ୍କ ପ୍ରତି ଅଣଦେଖା ମନୋଭାବ ପୋଷଣ କରାଯାଉଛି। ସେମାନଙ୍କୁ ଠିକ୍‌ ଭାବେ ଦରମା ମିଳୁ ନ ଥିବା ସୁରକ୍ଷାକର୍ମୀମାନେ ଅଭିଯୋଗ କରିଛନ୍ତି। ଏଭଳି ଅଭିଯୋଗ ନେଇ ମଙ୍ଗଳବାର ସୁରକ୍ଷାକର୍ମୀମାନେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳ ଗୋୟଲଙ୍କୁ ସେମାନେ ଏକ ସ୍ମାରକପତ୍ର ପ୍ରଦାନ କରି ସେମାନଙ୍କ ଦାବି ପୂରଣ ଦିଗରେ ବିହିତ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି। ଆସନ୍ତା ୭ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ସେମାନେ ଧାରଣାରେ ବସିବାକୁ ଚେତାବନୀ ଦେଇଛନ୍ତି।
ପ୍ରକାଶ ଯେ, ସୁରକ୍ଷାକର୍ମୀମାନେ ଏକ ଘରୋଇ ସଂସ୍ଥା ତତ୍ତ୍ୱାବଧାନରେ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ କାର୍ଯ୍ୟ କରିଆସୁଛନ୍ତି। ସେମାନେ ସୁଚାରୁଭାବେ କାର୍ଯ୍ୟ ସମ୍ପାଦନ କରି ଆସୁଥିବାବେଳେ ସମ୍ପୃକ୍ତ ସଂସ୍ଥା ସୁରକ୍ଷାକର୍ମୀଙ୍କୁ ଠିକ୍‌ ଭାବେ ସେମାନଙ୍କ ପ୍ରାପ୍ୟ ଦରମା ପ୍ରଦାନ କରୁନାହିଁ। ପ୍ରତ୍ୟେକ ମାସ ଦରମା ଦେବା ବଦଳରେ ପ୍ରତି ୩ମାସ ବ୍ୟବଧାନରେ ଦରମା ଦିଆଯାଉଛି ବୋଲି ସୁରକ୍ଷାକର୍ମୀମାନେ ଅଭିଯୋଗ କରିଛନ୍ତି। ସେହିପରି ବର୍ଦ୍ଧିତ ଦରମା ଦିଆଯାଉନାହିଁ। କିନ୍ତୁ ସମ୍ପୃକ୍ତ ସଂସ୍ଥା ୧ହଜାର ଟଙ୍କା ଲେଖାଏଁ କାଟି ରଖୁଥିବା ଅଭିଯୋଗ ହୋଇଛି।
ଏହା ସହିତ ପି.ଏଫ୍‌, ଇଏସ୍‌ଆଇ ଏପର୍ଯ୍ୟନ୍ତ କ୍ଲିୟର ହୋଇ ନ ଥିବା ସୁରକ୍ଷାକର୍ମୀମାନେ କହିଛନ୍ତି। ଅନ୍ୟପଟେ ସମ୍ପୃକ୍ତ ସଂସ୍ଥାର ଟେଣ୍ଡର ଅବଧି ସରିଯାଇଥିବା ସତ୍ତ୍ୱେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତାଙ୍କୁ ପୁଣି ରଖାଯାଇଛି ବୋଲି ଅଭିଯୋଗ ହୋଇଛି। ଏ ନେଇ ଅଭିଯୋଗ କଲେ କାର୍ଯ୍ୟରୁ ବହିଷ୍କାର କରିଦିଆଯାଉଛି ବୋଲି ସେମାନେ ଅଭିଯୋଗ କରିଛନ୍ତି। ଫଳରେ ଏ ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ଉଗ୍ରସେନ କୁମ୍ଭାର, ତାପସ ପ୍ରଧାନ, ଯଦୁପତି ସାହୁଙ୍କ ସମେତ ବହୁସଂଖ୍ୟକ ସୁରକ୍ଷାକର୍ମୀ ଜିଲାପାଳଙ୍କୁ ନିବେଦନ କରିଛନ୍ତି। ଜିଲା ଶ୍ରମ ଅଧିକାରୀଙ୍କୁ ମଧ୍ୟ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିବା ସେମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri