ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ କଡାକଡି ହେଲା ସୁରକ୍ଷା ବ୍ୟବସ୍ଥା, ନିୟୋଜିତ ହେବେ ୩୬ହଜାର ପୋଲିସ ଫୋର୍ସ

ଭୁବନେଶ୍ୱର,୩୧।୫: ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନରେ ଶନିବାର ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ବିଶେଷ ଭାବେ ହିଂସାକାଣ୍ଡକୁ ନଜର ରଖାଯାଇଛି ବୋଲି କହିଛନ୍ତି ପୋଲିସ ଡିଜି ଅରୁଣ ଷଡଙ୍ଗୀ । ପ୍ରେସମିଟ୍‌ କରି ଡିଜି କହିଛନ୍ତି, ପ୍ରଥମ ଥର ପାଇଁ ୨୫ ବର୍ଷ ପରେ ମାଓବାଦୀ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଛି । ଏଥର ୧୦ ହଜାର ୮୮୨ ଟି ବୁଥ ଅଛି। ଏହା ଭିତରେ ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ । ୩୬ ହଜାର ପୋଲିସ ଫୋର୍ସ ଏହି ନିର୍ବାଚନରେ ନିୟୋଜିତ ହେବେ। ୧୨୬ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ , ୮୬ ପ୍ଲାଟୁନ ଓଡିଶା ଆର୍ମ ପୋଲିସ ରହିବେ । ବୁଥ ତଦାରଖ ପାଇଁ ୮୪୩ ଟି ମୋବାଇଲ ପେଟ୍ରୋଲିଂ ପାର୍ଟି କାମ କରୁଛି । ଜିପିଏସ ଜରିଆରେ କଣ୍ଟ୍ରୋଲ ରୁମକୁ ମନିଟର କରିବ ପେଟ୍ରୋଲିଂ ପାର୍ଟି ।

ଅନ୍ୟପଟେ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଏସଡିପିଓ ଓ ଡିଏସପି ଦାୟିତ୍ୱରେ ରହିବେ । ସମ୍ବେଦନଶୀଳ ସ୍ଥାନରେ କୁଇକ ଆକ୍ସନ ଟିମ କାମ କରିବ । ସମ୍ବେଦନଶୀଳ ବୁଥରେ ଅର୍ଦ୍ଧ ସାମରିକ ବାହିନୀ ମୁତୟନ ହୋଇଛି । ଆଇନ ଶୃଙ୍ଖଳା ରକ୍ଷା ଓ ନିର୍ବାଚନ ପରିଚାଳନା ପାଇଁ ଜିଲା ସୀମାରେ ଥିବା ୨୧ ଟି ବର୍ଡର ଚେକ ପୋଷ୍ଟ ରେ କଡାକଡି ଚେକିଂ ଚାଲିଛି। ସୀମାବର୍ତ୍ତି ଚେକ ପୋଷ୍ଟ ରେ ସମସ୍ତ ଯାନବାହନକୁ ଚେକିଂ କରାଯାଉଛି । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ମୁତାବକ ୨୫୫ ଟି ଫ୍ଲାଇଁ ସ୍କାର୍ଡ ବୁଲୁଛି। ଏହା ବ୍ୟତୀତ ୨୫୫ ଟି ଷ୍ଟାଟିକ ସର୍ଭେଲାନ୍ସ ଟିମ ପରିଭ୍ରମଣ କରୁଛି । ଏହି ୧୩ ଟି ସ୍ଥାନରେ ଇଭିଏମ ଷ୍ଟ୍ରଙ୍ଗ ରୁମ ରହିଛି । ସେଠାରେ ମଧ୍ୟ ଇନର କାର୍ଡନ ଦାୟିତ୍ୱରେ ଅର୍ଦ୍ଧ ସାମରିକ ବାହିନୀ କାମ କରିବ । ଆଉଟର କର୍ଡନ ଦାୟିତ୍ୱରେ ଓଡିଶା ପୋଲିସ ରହିବ ।

ଅନ୍ୟପଟେ୧୧ ଜଣଙ୍କୁ ଏନଏସଏରେ ବୁକ କରାଯାଇଛି। ସ୍ପେଶାଲ ଡ୍ରାଇଭ ବଳରେ ୨୮୧ ଜଣଙ୍କ ଠାରୁ ବେଆଇନ ଅସ୍ତ୍ର ଶସ୍ତ୍ର ଜବତ କରାଯାଇଛି । ୩ଟି ବନ୍ଧୁକ ତିଆରି ସ୍ଥାନ ଠାବ କରାଯାଇଛି । ୬ ଲକ୍ଷ ଲିଟର ମଦ ଜବତ କରାଯାଇଛି। ୨୬ ହଜାରରୁ ଅଧିକ ଏନଡିପିଏସ କେସ ହୋଇଛି। ୮୬୦ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ୫ ହଜାର ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ୫ କେଜି ବ୍ରାଉନସୁଗର କରାଯାଇଛି । ସମୁଦାୟ ନିଶା ସାମଗ୍ରୀ ନଗତ ଟଙ୍କା ଜବତ ମୂଲ୍ୟ ଆନୁମାନିକ ୮୯ କୋଟି ହେବ । ଏସଏସଟି ପକ୍ଷରୁ ଚଢ଼ାଉ କରାଯାଇ ଗାଡି ଭିତରୁ ୬.୨୯ କୋଟିରୁ ଅଧିକ ଟଙ୍କା ବିଭିନ୍ନ ସ୍ଥାନରୁ ଜବତ କରାଯାଇଛି । ସୋସିଆଲ ମିଡିଆ ମନିଟରିଂ ସେଲ ଗଠନ କରାଯାଇ ଆପତ୍ତିଜନକ ପୋଷ୍ଟ ହଟାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ କେସ ରୁଜୁ ହୋଇଛି । ଅବାଧ, ମୁକ୍ତ, ନିରପେକ୍ଷ ନିର୍ବାଚନ ପାଇଁ ଓଡିଶା ପୋଲିସ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ପୋଲିସ ଡିଜିପି ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri