କଳିଙ୍ଗ ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥା କଡାକଡି: ମୁତୟନ ହେବେ ୧୫ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ୧୭ ବର୍ଷରୁ କମ୍‌ ବିଶ୍ୱକପ୍‌ ଫୁଟ୍‌ବଲ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସୋମବାର ପୋଲିସ କମିଶନର ଏବଂ ଡିସିପି ସୁରକ୍ଷା ବ୍ୟବସ୍ଥାକୁ ନେଇ ସମୀକ୍ଷା କରିଛନ୍ତି। ତେବେ ଡିସିପିିଙ୍କ ତତ୍ତ୍ବାବଧାନରେ ୬ ଅତିରିକ୍ତ ଡିସିପି, ୧୪ ଏସ୍‌ପି, ୩୦ ଇନିସପେକ୍ଟର୍‌, ୧୦୦ ଅଧିକାରୀ, ୨୪୦ କନେଷ୍ଟବଳ ଓ ୧୫ ପ୍ଲାଟୁନ୍‌ ଫୋର୍ସ ସହ ସାଧା ପୋଷାକରେ ପୋଲିସ ମୁତୟନ ରହିବେ। ସେହିପରି ଟ୍ରାଫିକ୍‌ ବ୍ୟବସ୍ଥାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି।

Share