ଗଞ୍ଜାମର ଦେଶୀ ମଦ ରାଜଧାନୀରେ ଜବତ

ଭୁବନେଶ୍ୱର,୨୩ା୮(ସୂର୍ଯ୍ୟକାନ୍ତ ବେହେରା):ବ୍ରହ୍ମପୁର ଚିକିଟିରେ ବିଷାକ୍ତ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଘଟଣା ପରେ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ମଦ ମୃତ୍ୟୁକୁ ନେଇ ବିରୋଧୀ ମଧ୍ୟ ସରକାରଙ୍କୁ ଟାର୍ଗେଟ କରିଥିବାରୁ ରାଜ୍ୟ ରାଜନୀତି ସରଗରମ ହୋଇଛି। ଇତିମଧ୍ୟରେ ଅବକାରୀ ବିଭାଗ ମଧ୍ୟ ବେଆଇନ ମଦ ଚୋରା ଚାଲାଣକାରୀଙ୍କ ବିରୋଧରେ ନଜର ରଖି ଚଢାଉ ପ୍ରକ୍ରିୟାକୁ ଜୋରଦାର କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଏହାସତ୍ତ୍ୱେ ପୋଲିସ ଓ ଅବକାରୀ ଟିମ୍‌କୁ ଭୟ ନ କରି ଗୁରୁବାର ଜଣେ ବ୍ୟକ୍ତି ଗଞ୍ଜାମ ଖଲ୍ଲିକୋଟରୁ ବେଆଇନ ଭାବେ ଅଟୋ ଯୋଗେ ରାଜଧାନୀ ଭୁବନେଶ୍ୱରକୁ ଦେଶୀ ମଦ ଚୋରାଚାଲାଣ କରୁଥିବା ବେଳେ ଅବକାରୀ ଟିମ୍‌ ହାତରେ ଧରାପଡ଼ିଛନ୍ତି। ଅଟୋରୁ ବାଇକ୍‌କୁ ମଦ କଢ଼ାଯାଉଥିବାବେଳେ କୌଣସି ସୂତ୍ରରୁ ଖବର ପାଇ ଭୁବନେଶ୍ୱର ତମାଣ୍ଡୋ ଅଞ୍ଚଳରେ ଅବକାରୀ ଟିମ୍‌ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଗଞ୍ଜାମର ଅଟୋ ଚାଳକ ଚକ୍ରଧର ପ୍ରଧାନ ଓ ମୁଖ୍ୟ ଅଭିଯୁକ୍ତ ତଥା ବାଇକରେ ନେବାକୁ ଉଦ୍ୟମ କରୁଥିବା ବିପିନ ନାହକଙ୍କୁ ମଧ୍ୟ ଗିରଫ କରିଛି। ଉଭୟଙ୍କଠାରୁ ୫୫୦ ଲିଟର ଦେଶୀ ମଦ ଜବତ କରିଛି। ବିପିନ ଭୁବନେଶ୍ୱରର ବିଭିନ୍ନ ବସ୍ତିରେ ମଦ ବିକ୍ରି କରିଥାନ୍ତି ବୋଲି ଅବକାରୀ ଟିମ୍‌ ତଦନ୍ତ ବେଳେ ଜାଣିବାକୁ ପାଇଛି।
ଅନ୍ୟପଟେ ଭୁବନେଶ୍ୱରର କାର୍‌ଗିଲ ବସ୍ତି, ସିଆର୍‌ପି ଛକସ୍ଥିତ ମୁଣ୍ଡାସାହି ଆଦି ଅଞ୍ଚଳରେ ଚଢାଉ କରି ୨୫୦ ଲିଟର ଦେଶୀ ମଦ ସହ ମୋଟ ୮ଜଣଙ୍କୁ ଅବକାରୀ ଟିମ୍‌ ଗିରଫ କରିଛି। ଏନେଇ ଅବକାରୀ ଡିଏସ୍‌ପି ରାଜକିଶୋର ସ୍ବାଇଁ କହିଛନ୍ତି, ରାଜଧାନୀରେ ବେଆଇନ ନିଶାଦ୍ରବ୍ୟ ଉପରେ ନଜର ରଖାଯାଇ ସ୍ବତନ୍ତ୍ର ଡ୍ରାଇଭ କରାଯାଉଛି। ଦେଶୀ ମଦ ଚୋରା ଚାଲାଣ ଓ ବେଆଇନ ମଦ ବିକ୍ରି କରୁଥିବା ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଆଗକୁ ମଧ୍ୟ ଏହି ଚଢାଉ ଜୋରଦାର କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri