ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୬।୮: କମିଶନରେଟ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣଙ୍କ ହେଲେ ଦୀପକ ବେହେରା। ଦୀପକଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର କମିଶନରେଟ ପୋଲିସ ଜବତ କରିଛି । ଏ ନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି । ତାଙ୍କ ନିକଟରୁ ୨୮୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୨୮ ଲକ୍ଷ ହେବ ବୋଲି ପୋଲିସ ତରଫରୁ ସୂଚନା ଦିଆଯାଇଛି ।

Share