ଭୁବନେଶ୍ୱର,୧୧।୭: ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଆଇଜି ଆଶିଷ ସିଂଙ୍କୁ ବଦଳି କରାଯାଇଛି। ତାଙ୍କୁ ଗୃହ ବିଭାଗ ଓଏସ୍ଡି ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହା ପୂର୍ବରୁ ଆଶିଷଙ୍କ ଉପରେ ଇସିଆଇ କାର୍ଯ୍ୟାନୁଷ୍ଠାନ ନେଇଥିଲା।
ନିର୍ବାଚନ ସମୟରେ ସେ ବିଜେଡି ପାଇଁ କାମ କରୁଥିବା ଭାଜପା ଅଭିଯୋଗ ଆଣିଥିଲା। ଏମିତି କି ତାଙ୍କ ଛୁଟିକୁ ନେଇ ମଧ୍ୟ ପ୍ରଶ୍ନ ଉଠିଥିଲା । ଅସୁସ୍ଥତା ଦର୍ଶାଇ ସେ ଛୁଟି ନେଇଥିବାରୁ, ଏହି ପ୍ରସଙ୍ଗରେ ନିର୍ବାଚନ ଆୟୋଗ ମଧ୍ୟ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ସେ ସମ୍ପୂର୍ଣ୍ଣ ଠିକ୍ ଥିବା ଜାଣିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ବଚନ ଆୟୋଗ ନିର୍ଦ୍ଦେଶ ଦେଇଥିଲେ ।