ବରିଷ୍ଠ ସାମ୍ବାଦିକ ତଥା ପ୍ରଯୋଜକ ଆଳୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର, ୩।୧ (ବ୍ୟୁରୋ): ପ୍ରଯୋଜକ ତଥା ବରିଷ୍ଠ ସାମ୍ବାଦିକ ଆଳୟ ମହାନ୍ତିଙ୍କର ମଙ୍ଗଳବାର ପୂର୍ବାହ୍ନରେ ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ହେତୁ ସେ କିଛିଦିନ ହେଲା କ୍ୟାପିଟାଲ ହସ୍ପିଟାଲର ଆଇସିୟୁରେ ଚିକିତ୍ସାଧୀନ ଥିଲେ। ସେଠାରେ ତାଙ୍କର ବିୟୋଗ ଘଟିଛି। ସେ ଜଣେ ସରକାରୀ ସ୍ବୀକୃତିପ୍ରାପ୍ତ ସାମ୍ବାଦିକ ଥିବାସତ୍ତ୍ୱେ ତାଙ୍କର କଳା ପ୍ରତି ଅହେତୁକ ଆଗ୍ରହ ଥିଲା। ଚଳଚ୍ଚିତ୍ର, ସାମ୍ବାଦିକତା ଓ ସମାଜସେବା କ୍ଷେତ୍ରରେ ସେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ତାଙ୍କ ବିୟୋଗରେ ଉଭୟ ଚଳଚ୍ଚିତ୍ର ଏବଂ ସାମ୍ବାଦିକତା ଜଗତରେ ଶୋକର ଛାୟା ଖେଳିଯାଇଛି।

ସ୍ବର୍ଗତ ମହାନ୍ତି ‘ହୀରାଖଣ୍ଡ’ରୁ ତାଙ୍କ ସାମ୍ବାଦିକତା ଜୀବନ ଆରମ୍ଭ କରିଥିଲେ। ମୃତ୍ୟୁବେଳକୁ ସେ ‘ଅମୃତ ସନ୍ଦେଶ’ ନାମକ ହିନ୍ଦୀ ପତ୍ରିକାର ରାଜ୍ୟ ପ୍ରତିନିଧି ଥିଲେ। ଏଥିସହ ସେ ‘ସତ୍ୟଧାରା’ ନାମକ ଓଡ଼ିଆ ସାପ୍ତାହିକର ସମ୍ପାଦନା କରୁଥିଲେ। ସ୍ବର୍ଗତ ମହାନ୍ତି ‘ଶୂନ୍ୟ ସ୍ବରୂପ’, ‘ଆଶା’, ଓ ’ଭୁଲ ବୁଝିବନି ମୋତେ’ ଭଳି ୩ଟି ଓଡ଼ିଆ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ। ସେହିଭଳି ‘ମରିଚିକା’, ‘ବାଲିଘର’ ପ୍ରଭୃତି ଓଡ଼ିଆ ଧାରାବାହିକରେ ନିର୍ଦ୍ଦେଶନା ଦେଇଥିଲେ। ତାଙ୍କର ଗୋଟିଏ ପୁଅ ଓ ଦୁଇ ଝିଅ (ବିବାହିତା) ଅଛନ୍ତି। ତାଙ୍କ ପାର୍ଥିବ ଶରୀରକୁ ହସ୍ପିଟାଲରୁ ୟୁନିଟ-୬ସ୍ଥିତ ସରକାରୀ ବାସଭବନକୁ ଅଣାଯାଇଥିଲା। ଏହାପରେ ପାର୍ଥତ୍ବ ଶରୀରକୁ ତାଙ୍କ ନିଜ ଗ୍ରାମ ଖୋର୍ଦ୍ଧା ଜିଲା ଜଟଣୀସ୍ଥିତ ପଦନପୁର ଓ ସେଠାରୁ ପୁରୀ ନିଆଯାଇ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଶୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି

ବ୍ରହ୍ମପୁର,୨୭ା୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍‌ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍‌ରେ...

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା...

ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା...

ରାଜ୍ୟ ବାହାର ବାଘଙ୍କୁ ସୁହାଉନି ଓଡ଼ିଶା ଜଙ୍ଗଲ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲକୁ ପସନ୍ଦ କରୁନାହାନ୍ତି ରାଜ୍ୟ ବାହାରର ବାଘ। ଶିମିଳିପାଳରେ ବାଘ ସଂଖ୍ୟା ବଢ଼ାଇବା ପାଇଁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ବାଘୁଣୀ ଜିନ୍ନତ୍‌କୁ...

୫ ଉପକୂଳ ଜିଲାରେ ସୃଷ୍ଟି ହେବ ହେନ୍ତାଳବଣ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉପକୂଳ ଜିଲା ପାଇଁ ବରଦାନ ସାଜୁଛି ହେନ୍ତାଳବଣ। ତେଣୁ ହେନ୍ତାଳ ବଣର ଗୁରୁତ୍ୱକୁ ଉପଲବ୍ଧି...

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ...

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ...

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri