ସିରିଜ ଦୁର୍ଘଟଣା: ୩ ମୃତ, ୧୨ ଆହତ

କେନ୍ଦୁଝର,୫ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଠାକୁର ଡିହିରୁ ପୂତୁଲୁପାଣି ଛକ ମଧ୍ୟରେ ଜାତୀୟ ରାଜପଥ ୪୯ରେ ବୁଧବାର ଏକ ସିରିଜ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।
ପ୍ରକାଶ ଯେ, ଆଜି ଏକ ଟ୍ରେଲର କ୍ଷୀପ୍ର ଗତିରେ ମୁମ୍ବାଇ ପଟୁ କେନ୍ଦୁଝର ଆଡ଼କୁ ଆସୁଥିବା ବେଳେ ପ୍ରଥମେ ଏକ ଲୁନାକୁ ଧକ୍କା ଦେଇଥିଲା। ଲୁନା ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ତାଙ୍କର ପରିଚୟ ମିଳିନାହିଁ, କିନ୍ତୁ ତାଙ୍କ ଘର ନୟାଗଡ଼ ଅଞ୍ଚଳରେ ଏବଂ ସ୍କ୍ରାପ୍‌ ବ୍ୟବସାୟ କରୁଥିଲେ ବୋଲି ଜଣାପଡ଼ିଛି। ଏହା ପରେ ଟ୍ରେଲରଟି ଏକ ବାଇକ୍‌କୁ ଧକ୍କା ଦେବାରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ତାଙ୍କ ନାମ କୁଶ ବେହେରା (୩୬) ଏବଂ ଘର ଉପର କାଇପୁର ବୋଲି ଜଣାପଡ଼ିଛି। ବାଇକ୍‌ରେ ବସିଥିବା ଅନ୍ୟ ଜଣେ ଗୁରୁତର ହୋଇ ପ୍ରଥମେ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ଓ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତରଣ ବେଳେ ବାଟରେ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ତାଙ୍କ ନାମ ଖଗେଶ୍ବର ବେହେରା (୨୮) ଏବଂ ଘର ଉପର କାଇପୁର ବୋଲି ଜଣାପଡ଼ିଛି। ଏହା ପରେ ଉକ୍ତ ଟ୍ରେଲରଟି ଦୁଇଟି କାର୍‌, ଏକ ଅଟୋ, ଏକ ବାଇକ୍‌କୁ ଧକ୍କା ଦେବା ଫଳରେ ସମୁଦାୟ ୧୨ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ଜଣେ ବାଇକ୍‌ ଆରୋହୀଙ୍କୁ ଗୁରୁତର ଅବସ୍ଥା ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଲମ୍ବା ଟ୍ରକ୍‌ ପାର୍କିଂ କାରଣରୁ ଏଭଳି ଦୁର୍ଘଟଣା ଘଟିଥିବା ଅଭିଯୋଗ ହେଉଛି। ପୋଲିସ ମୃତଦେହ ଜବତ କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ କରୁଛି। ଟ୍ରକ୍‌କୁ ଓଭର ଟେକ୍‌ କରିବା ସମୟରେ ଏଭଳି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକ ମତବ୍ୟକ୍ତ କରୁଛନ୍ତି। ଏନେଇ ସଦର ଥାନା ଅଧିକାରୀ ତ୍ରିନାଥ ସେଠୀ କହିଛନ୍ତି, କେସ୍‌ ନମ୍ବର ୩୬୫/୨୦୨୪ରେ ମାମଲା ରୁଜୁ କରିବା ସହ ଗାଡ଼ି ଜବତ କରି ଘଟଣାର ତଦନ୍ତ ଚାଲିଛି। ତେବେ ବେଆଇନ ରାସ୍ତାରେ ଟ୍ରକ ପାର୍କିଂ ଯୋଗୁ ବାରମ୍ବାର ଦୁର୍ଘଟଣା ଘଟିବା ସହ ବହୁ ଜୀବନ ହାନି ଘଟୁଥିଲେ ହେଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଏଥିପାଇଁ ପ୍ରଶାସନଙ୍କୁ ଦାୟୀ କରି ମାନବାଧିକାର କମିଶନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ସାମାଜିକ କର୍ମୀମାନେ ଦାବି କରୁଛନ୍ତି। ବିଭିନ୍ନ ଟ୍ରାନ୍ସପୋର୍ଟର ରାସ୍ତା ଉପରେ ଗାଡ଼ି ଅଟକାଇ ଚାଲାଣ, ତେଲ ଟୋକନ ଆଦି ଦେଉଥିବା ବେଳେ ପାର୍କିଂ ବ୍ୟବସ୍ଥା ନ ଥିବାରୁ ଲୁହାପଥର ଲୋଡ୍‌ ପାଇଁ ଶହଶହ ଟ୍ରକ୍‌ ରାସ୍ତା ଉପରେ ଓ କଡ଼ରେ ବେଆଇନ ଭାବରେ ପାର୍କିଂ କରୁଥିବାରୁ ବହୁ ଜୀବନ ହାନି ଘଟିଛି। ଏଣୁ ଏଥିପାଇଁ ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହାତୀ ମୃତ୍ୟୁର ତିନିଦିନ ପରେ ଛୁଆ ଉଦ୍ଧାର

ଭବାନୀପାଟଣା/ନର୍ଲା,୧୬ା୯ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର)- କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ ରେଗଡିମାଲ ନିକଟ ଜଙ୍ଗଲ ପାର୍ଶ୍ୱରୁ ଗତ ଶୁକ୍ରବାର ଏକ...

ଗଣେଶ ଭସାଣି ଗଣ୍ଡଗୋଳରୁ ଆକ୍ରମଣ: ବଡ଼ଭାଇ ମୃତ, ସାନ ଗୁରୁତର

ସୋରଡା,୧୬ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଥାନା ଅଧୀନ ଅମୃତୁଲୁ ଗ୍ରାମରେ ଗଣେଶ ଭସାଣି ବେଳେ ହୋଇଥିବା ଏକ ବଚସା ୩ ଦିନ ପରେ ଉଗ୍ରରୂପ...

ନମ୍ବର ବିହୀନ ଗାଡ଼ିର ପିଛା କରି ମୋଷ୍ଟ ଓ୍ବାଣ୍ଟେଡ୍‌ ଭୁବନଙ୍କୁ ଧରିଲା ପୋଲିସ 

ନବରଙ୍ଗପୁର,୧୬।୯(ସଦାଶିବ ପ୍ରହରାଜ): ହତ୍ୟା, ଡକାୟତି ଭଳି ଘଟଣାରେ ସମ୍ପୃକ୍ତ ଜଣେ ମୋଷ୍ଟ ୱାଣ୍ଟେଡ୍‌ଙ୍କୁ ନବରଙ୍ଗପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ...

ସୁଭଦ୍ରା ନାଁ’ରେ ବଡ଼ ଠକେଇ: ମହିଳାଙ୍କ ଖାତାରୁ ୧୨ ହଜାର ଟଙ୍କା ଗାଏବ

ନିମାପଡ଼ା,୧୬।୯(ବିଚିତ୍ରାନନ୍ଦ ସାହୁ): ସୁଭଦ୍ରା ଯୋଜନାରେ ମହିଳାମାନଙ୍କ ଖାତାକୁ ଟଙ୍କା ଯିବାର ଗୋଟିଏ ଦିନ ପୂର୍ବରୁ ବଡ଼ ଠକେଇରେ ପଡିଛନ୍ତି ମହିଳା। ଚାହୁଁଛହୁଁ ଖାତାରୁ ଉଡିଯାଇଛି କଷ୍ଟ...

ସୁଭଦ୍ରା ଟଙ୍କା ପାଇଁ କୋରାପୁଟରୁ ଭୁବନେଶ୍ୱର ଆସିଲେ ୧୦୦ ମହିଳା

କୋରାପୁଟ,୧୬।୯(ଅମିତାଭ ବେହେରା ): ମଙ୍ଗଳବାର ଭୁବନେଶ୍ୱରଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ । ଏନେଇ ସୋମବାର କୋରାପୁଟ ଜିଲାରୁ ୧୦୦ଜଣ ସୁଭଦ୍ରା ହିତାଧିକାରୀ ବସ୍‌ ଯୋଗେ...

ଚିନ୍ତା ବଢ଼ାଉଛି ଜଙ୍ଗଲରେ ଗଞ୍ଜେଇ ଚାଷ

ଦାରିଙ୍ଗବାଡି,୧୬।୯(ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଘଞ୍ଚ ଜଙ୍ଗଲରେ ହେଉଛି ଗଞ୍ଜେଇ ଚାଷ। ସପ୍ତାହକ ମଧ୍ୟରେ ପୋଲିସ ଜଙ୍ଗଲରୁ ୩ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ...

ରାସ୍ତା କଡ଼ରେ ଛିଡା ହୋଇଥିବା କାରକୁ ପିଟିଲା କାର୍‌: ଦୁଇ ଯାତ୍ରୀ ଗୁରୁତର

ବାଲିଗୁଡ଼ା:୧୬।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ୫୯ ନମ୍ବର ଜାତୀୟ ରାଜପଥ ବାଲିଗୁଡ଼ା ହନୁମାନ ମନ୍ଦିର ନିକଟରେ ଏକ ମର୍ମନ୍ତୁଦ କାର୍‌ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଲଘୁଚାପ ଲଗାଣ ବର୍ଷା: ଭାଙ୍ଗିଲା ଘର, ବାସହରା ହେଲେ ପରିବାର

ମୋରଡ଼ା,୧୬।୯(ସ୍ମାରକ ମାଜୀ): ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ୩ ଦିନ ହେବ ବର୍ଷା ଲାଗି ରହିଛି l ହେଲେ ପ୍ରବଳ ବର୍ଷାକୁ ଦୃଷ୍ଟିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri