ସେବା ବଞ୍ଚିବାର ଶୈଳୀ ଶିକ୍ଷା ଦିଏ

ଅମରପାଲି,୨୬।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦ୍ୱାରା ଜାତୀୟ ସେବା ଯୋଜନା ଦିବସ ପାଳିତ ହୋଇଛି। ଏହି ଅବସରରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ. ହିମାଂଶୁ ଶେଖର ପାଢ଼ୀ ସଭାପତି ଭାବରେ ଯୋଗଦେଇ ଏନଏସଏସର ସ୍ବେଚ୍ଛାସେବୀ ହେବା ସୌଭାଗ୍ୟ କଥା ଏବଂ ଏହା ଗାଉଁଲି ଜୀବନଠୁ ସହରୀ ଜୀବନ ବଞ୍ଚିବାର ଶୈଳୀ ଶିକ୍ଷା ଦିଏ ବୋଲି ମତବ୍ୟକ୍ତ କରିଥିଲେ।

ମହାବିଦ୍ୟାଳୟ ପରିଚାଳନା ପରିଷଦ ସଭାପତି ସ୍ବୟମ୍ଭୁନାଥ ଖଣ୍ଡଗିରି ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅନ୍ୟର ସେବା କରିବାରେ ନିଜକୁ ନିୟୋଜିତ କଲେ ମଣିଷ ଜୀବନ ସାର୍ଥକ ହୁଏ ବୋଲି ମତବ୍ୟକ୍ତ କରିଥିଲେ। ଅଧ୍ୟାପକ ବିଜୟ କୁମାର ପୁରୋହିତ ଜାତୀୟ ସେବା ଯୋଜନାର ଲକ୍ଷ୍ୟ ଏବଂ ମଣିଷ ଜୀବନରେ ସେବାର ମହତ୍ୱ ସମ୍ପର୍କରେ ଆଲୋକପାତ କରିଥିବାବେଳେ ଅଧ୍ୟାପକ ଶିବ କୁମାର ପୁରୋହିତ, ଜିତେନ୍ଦ୍ର କୁମାର ସାହୁ, ସିଦ୍ଧେଶ୍ୱର ତ୍ରିପାଠୀ ବିଭିନ୍ନ ଦୃଷ୍ଟାନ୍ତ ଦେଇ ଅନ୍ୟକୁ ସେବାକରିବା ଓ ଜାତୀୟ ସେବଯୋଜନାର ବିଶେଷତ୍ୱ ସମ୍ପର୍କରେ ଆଲୋଚନା କରିଥିଲେ।

ଜାତୀୟ ସେବା ଯୋଜନା ସଂଚାଳିକା ଯାମିନୀ ଦାଶ ସଭା ସଂଯୋଜନା କରିଥିବାବେଳେ ଛାତ୍ରୀ ସୃଜନୀକା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ବୀରମହାରାଜପୁର ମହାବିଦ୍ୟାଳୟ ସେବା ଯୋଜନା ମାଧ୍ୟମରେ ବୃକ୍ଷ ରୋପଣ, ରକ୍ତ ଦାନ ଶିବିର ଏବଂ ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଆଯିବ ବୋଲି ନିଷ୍ପତି ନିଆଯାଇଥିଲା। ଏହି ସଭାରେ ବହୁ ସଂଖ୍ୟାରେ ଛାତ୍ରୀଛାତ୍ର, ଅଧ୍ୟାପିକା, ଅଧ୍ୟାପକ ଏବଂ ଅଣଶିକ୍ଷା କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷା ଗାଡି ଧକ୍କାରେ ଆହତ ହୋଇଥିବା ଛାତ୍ରୀଙ୍କୁ ସାଇକେଲ ଉପହାର ଦେଲେ ଉପମୁଖ୍ୟମନ୍ତ୍ରୀ

ଗୋପ,୨୬।୯: ବୁଧବାର ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍...

୪ ମାସର ଶିଶୁପୁତ୍ରଙ୍କୁ କରିଥିଲେ ହତ୍ୟା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ

ବାଲେଶ୍ୱର,୨୬।୯(ବାଞ୍ଛାନିଧି ଦେ): ୪ ମାସର ଏକ ଶିଶୁପୁତ୍ର ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଓପିଆଇଡି କୋର୍ଟ ବିଚାରପତି ବିଶ୍ୱଜିତ୍‌ ଦାସ ଅଭିଯୁକ୍ତ ବାପାଙ୍କୁ...

ପରିବାର ଛାଡି ଲିଭ୍‌ ଇନ୍‌ରେ ରହୁଥିଲେ ମହିଳା: ହତ୍ୟା କଲା ପ୍ରେମିକ

ବଣାଇଁ,୨୬।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା କନ୍ୟାଶ୍ରମ ବସ୍ତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ଗୁରୁବାର ପୋଲିସ ମୃତଦେହ ଜବତ କରି...

ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ: ହସ୍ପିଟାଲ ଆସି ରୋଗୀ ହଟହଟା

ବରଗଡ଼, ୨୬।୯( ପ୍ରେମାନନ୍ଦ ଖମାରୀ): ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି। ବରଗଡ଼ ଜିଲାରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ଏଥିରେ...

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ବଡ଼ବନ୍ୟା ଆଶଙ୍କା 

ଭୋଗରାଇ,୨୬l୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ୩ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିବାରୁ ବାଲେଶ୍ୱର ଜିଲାର ସବୁଠି ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିଷହ...

ମନ୍ଦିର ପରିସରରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଆତ୍ମହତ୍ୟା

ଧରାକୋଟ,୨୬ା୯(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ରୁଗୁମୁ ପଞ୍ଚାୟତ ଅନ୍ତର୍ଗତ ବେଠୁଆର ଗ୍ରାମର ମା’ଘୋଡ଼ାଦେଈ ଠାକୁରାଣୀଙ୍କ ପୀଠରେ ଜଣେ ଅବସରପ୍ରାପ୍ତ ଶିକ୍ଷକ...

ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ଚାଲିଗଲା ଯୁବତୀଙ୍କ ଜୀବନ

ଭବାନୀପାଟଣା,୨୬।୯(ଉତ୍ତମ ଦାଶ): କଳାହାଣ୍ଡି ଜିଲା ସଦର ବ୍ଲକ ଯୁଗସାଏପାଟଣା ମାଣ୍ଡିଆବିରି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ଗାଁକୁ ପହଞ୍ଚି ନ ପାରିବାରୁ...

କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଦାବି ପୂରଣ ନ ହେଲେ…

ଛତ୍ରପୁର,୨୬ା୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କୁ ଗତ ୬ ମାସ ହେଲା ଦରମା ମିଳିନି। ଉକ୍ତ ବକେୟା ପାରିଶ୍ରମିକ ପ୍ରଦାନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri