Posted inଜାତୀୟ

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ ଦାବି କରି ହିନ୍ଦୁ ପକ୍ଷ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଶୁକ୍ରବାର ଆବେଦନକୁ ପ୍ରତ୍ୟାଖ୍ୟାନ କରି କୋର୍ଟ କହିଛନ୍ତି ଯେ, ଜ୍ଞାନବାପିର ଅବଶିଷ୍ଟ ଅଂଶର ଏଏସ୍‌ଆଇ ସର୍ଭେ କରାଯିବ ନାହିଁ। ତେବେ କୋର୍ଟଙ୍କ ନିଷ୍ପତ୍ତିକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯିବ ବୋଲି ହିନ୍ଦୁ ପକ୍ଷ କହିଛନ୍ତି।

ଜ୍ଞାନବାପି ମାମଲାର ମୁଖ୍ୟ ମାମଲାରେ ୩୩ ବର୍ଷ ପରେ ଏହି ନିଷ୍ପତ୍ତି ନିଆଯାଇଛି। ବାରାଣସୀର ଏଫ୍‌ଟିସି କୋର୍ଟ ଜ୍ଞାନବାପି କମ୍ଲେକ୍ସର ଅତିରିକ୍ତ ସର୍ଭେ ଦାବିକୁ ଖାରଜ କରିଛନ୍ତି। ଏହା ସହ ଜଡ଼ିତ ମାମଲା ହାଇକୋର୍ଟ ଏବଂ ସୁପ୍ରିମକୋର୍ଟରେ ଥିବା ଯୋଗୁ କୋର୍ଟ ହିନ୍ଦୁ ପକ୍ଷର ଆବେଦନକୁ ଅଗ୍ରାହ୍ୟ କରିଛନ୍ତି।

ଅପରପକ୍ଷେ ମୁସଲମାନ ପକ୍ଷ କୋର୍ଟଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ମୁସଲମାନ ପକ୍ଷର ଓକିଲ ଅଖଲାକ ଅହମ୍ମଦ କହିଛନ୍ତି ଯେ, କୋର୍ଟ ଆମ ଦଲିଲ ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଆମ ସପକ୍ଷରେ ଆସିଛି। ଆମେ ପୂର୍ବରୁ କହିଛୁ ଯେ ଏଥିସହ ଜଡ଼ିତ ମାମଲା ଉଚ୍ଚ ନ୍ୟାୟାଳୟରେ ଚାଲିଛି। ତେଣୁ ଏହି ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିବା ଉଚିତ। କୋର୍ଟ ଏହାକୁ ଗ୍ରହଣ କରିଥିବାରୁ ଆମେ ଖୁସି ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଉପରେ ବଡ ଆକ୍ସନ

ନୂଆଦିଲ୍ଲୀ,୨୫।୧୦: ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ବଡ ସଫଳତା ମିଳିଛ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri