ନିଆଁ ଲଗାଇବା ପରେ ହାଣି ଦେଲେ

କେନ୍ଦୁଝର,୩ା୧୦(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅଧୀନ ହୁଣ୍ଡୁଳା ଗ୍ରାମରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି। ଅଭିଯୁକ୍ତମାନେ ସଂଘବଦ୍ଧ ଭାବେ ଯୁବକଙ୍କ ଘରେ ପେଟ୍ରୋଲ ଢାଳି ନିଅଁା ଲଗାଇଦେବା ସହ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ପ୍ରଣବ ମହାନ୍ତ (୨୫)। ଘଟଣା ଶନିବାର ରାତିରେ ଘଟିଥିବା ବେଳେ ରବିବାର ସକାଳେ ଘର ଆଗରେ ମୃତଦେହକୁ ଦେଖି ସ୍ଥାନୀୟ ଲୋକ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ବାପା ପ୍ରକାଶ ମହାନ୍ତଙ୍କ ଅଭିଯୋଗକୁ ଭିତ୍ତି କରି ଏକ ହତ୍ୟା ମାମଲା(ନଂ.୩୮୭/୨୨) ରୁଜୁ କରି ପୋଲିସ ସେହି ଗ୍ରାମର ଭୁବନ ଦାସ ଓ ଶକ୍ତି ପ୍ରସାଦ ଦାସଙ୍କୁ ଅଟକ ରଖିଛି। ଉଭୟ ସମ୍ପର୍କରେ ବାପ ଓ ପୁଅ ବୋଲି ପୋଲିସ କହିଛି।
ସୂଚନା ଅନୁଯାୟୀ, ହୁଣ୍ଡୁଳା ଛକରେ ଦୋକାନ ଦେଇଥିବା ଭୁବନଙ୍କ ସାନ ପୁଅଙ୍କୁ ପ୍ରଣବ ଶନିବାର ମାଡ଼ ମାରିଥିଲେ। ଏ ନେଇ ଭୁବନଙ୍କ ପରିବାର ପକ୍ଷରୁ ସଦର ଥାନାରେ ସୂଚନା ଦିଆଯାଇଥିଲା। ପୋଲିସ ଘଟଣାସ୍ଥଳକୁ ଆସିଥିଲେ ସୁଦ୍ଧା ପ୍ରଣବଙ୍କୁ ଥାନାକୁ ନ ନେବାରୁ ଭୁବନଙ୍କ ପରିବାର ସଦସ୍ୟଙ୍କ ଆକ୍ରୋଶ ବଢ଼ିଥିଲା। ଶନିବାର ବିଳମ୍ବିତ ରାତିରେ ଭୁବନ ପରିବାର ସଦସ୍ୟଙ୍କ ସହ ଗ୍ରାମର କିଛି ଯୁବକଙ୍କୁ ନେଇ ପ୍ରଣବଙ୍କ ଘରକୁ ଯାଇଥିଲେ। ପ୍ରଣବ ଜାଣି ଭୟଭୀତ ହୋଇ ଘର କବାଟ ବନ୍ଦ କରି ଦେଇଥିଲେ। ପରେ ସେମାନେ ଘରେ ପେଟ୍ରୋଲ ଢାଲି ନିଆଁ ଲଗାଇ ଲଙ୍କା ଗୁଣ୍ଡ ଧୂଅଁା ଦେଇଥିଲେ। ପ୍ରଣବ ଅଣନିଃଶ୍ୱାସୀ ହୋଇ ଘରୁ ବାହାରିବା ପରେ ଭୁବନଙ୍କ ସହଯୋଗୀମାନେ ସଂଘବଦ୍ଧ ହୋଇ ଧାରୁଆ ଅସ୍ତ୍ରରେ ତାଙ୍କୁ ହାଣି ହତ୍ୟା କରିଥିଲେ ବୋଲି ମୃତକଙ୍କ ବାପା ଅଭିଯୋଗରେ ଦର୍ଶାଇଛନ୍ତି। ଏ ନେଇ ସଦର ଥାନା ଅଧିକାରୀ ସୁନୀଲ କର କହିଛନ୍ତି, ଶବ ବ୍ୟବଚ୍ଛେଦ କରାଯାଇଛି। ଘଟଣାରେ ୨ଜଣଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି। ତଦନ୍ତ ପରେ ହତ୍ୟାର କାରଣ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଜ୍ଜା: ମାର୍କେଟ୍‌ ଆସିଥିବା ବେଳେ ସାନଭଉଣୀଙ୍କୁ ଗଣବଳାତ୍କାର, ବଡ଼ ଭଉଣୀଙ୍କୁ ଅସଦାଚରଣ

ରାଉରକେଲା,୨୨ା୯: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପୁଣି ଏକ ଲଜ୍ଜାକର ଘଟଣା ଘଟିଛି। ସାନଭଉଣୀକୁ ଗଣବଳାତ୍କାର କରାଯାଇଥିବାବେଳେ ବଡ଼ ଭଉଣୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ବଳାତ୍କାରର...

ଚରମ ନିଷ୍ପତ୍ତି : ଜାଗା ପାଇଁ ଦେହରେ ପେଟ୍ରୋଲ ଢାଳି ନିଜୁକ ଜାଳିଲେ

ନୀଳଗିରି,୨୨।୯(ପ୍ରଶାନ୍ତ କୁମାର ବିଶ୍ବାଳ): ଜିଲାପରିଷଦ ପାଣ୍ଠିରୁ ଗାଁ ଲୋକେ ନିର୍ମାଣ କରୁଥିଲେ କଂକ୍ରିଟ ରାସ୍ତା। ହେଲେ ଏହି ରାସ୍ତାକୁ ନିଜ ଜାଗା କହି ରାସ୍ତା ନିର୍ମାଣକୁ...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

ନଦୀ ପାର୍‌ ହେଉଥିବାବେଳେ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ବୃଦ୍ଧ, ଆଜି ମିଳିଲା ମୃତଦେହ

ତୁମୁଡ଼ିବନ୍ଧ,୨୨ା୯(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତର କାଣ୍ଡାମ ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା। ନଦୀରେ ଭାସିଯାଇ ଜଣେ...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଜେଲ୍‌ ଗଲେ ଦମ୍ପତି

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ଏକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri