ପୁରୀ,୫।୧: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ବିଶୃଙ୍ଖଳା ଆଚରଣ ପାଇଁ ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ନିଲମ୍ବନ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏହି ପଦକ୍ଷେପ ନେଇଛନ୍ତି। ଶ୍ରୀମନ୍ଦିର ଭିତରେ ଜଣେ ସେବାୟତଙ୍କୁ ମାର୍ପିଟ ଘଟଣାରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ମାସ ପାଇଁ ସମସ୍ତ ପ୍ରକାର ସେବାରୁ ତାଙ୍କୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଅନ୍ୟପକ୍ଷେ ଶ୍ରୀମନ୍ଦିରରେ ବିଶୃଙ୍ଖଳାକୁ କୌଣସି ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି। ପୂର୍ବରୁ ବିଶ୍ବନାଥଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା