ରାଜ୍ୟରେ କମିଲା ଝିଅ ସଂଖ୍ୟା: ପ୍ରତି ୧୦୦୦ ପୁଅରେ ଅଛନ୍ତି…

ଭୁବନେଶ୍ୱର, ୫।୧୨(ଅସମାପିକା ସାହୁ)- ଓଡ଼ିଶାରେ କମିଛନ୍ତି ଝିଅ ସଂଖ୍ୟା। ଦେଶରେ ଝିଅ ସଂଖ୍ୟା ହ୍ରାସରେ ଓଡ଼ିଶା ୬ ନମ୍ବର ସ୍ଥାନରେ ରହିଛି। କେରଳ, ଛତିଶଗଡ଼, ହିମାଚଳପ୍ରଦେଶ, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ପରେ ଓଡ଼ିଶା ଷଷ୍ଠ ସ୍ଥାନରେ ରହିଛି। ୧୯୬୧ ଜନଗଣନା ଅନୁଯାୟୀ, ରାଜ୍ୟରେ ଜନ୍ମ ସମୟରେ ପ୍ରତି ଏକହଜାର ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ୧,୦୩୫ ଥିବାବେଳେ ୧୯୭୧ ମସିହାରେ ୧,୦୨୦ ରହିଥିଲା। ସେହିପରି ୧୯୮୧ ଜନଗଣନା ଅନୁଯାୟୀ ୯୯୫, ୧୯୯୧ରେ ୯୬୭, ୨୦୦୧ରେ ୯୫୩ ଏବଂ ୨୦୧୧ ମସିହାରେ ୯୪୧ ଥିଲା। ନ୍ୟାଶନାଲ ଫ୍ୟାମିଲି ହେଲ୍‌ଥ ସର୍ଭେ-୪ (୨୦୧୫-୧୬) ଅନୁଯାୟୀ, ଓଡ଼ିଶାରେ ଏକ ହଜାର ପୁଅଙ୍କ ତୁଳନାରେ ୯୩୨ଜଣ ଝିଅ ଥିବା ବେଳେ ନ୍ୟାଶନାଲ ଫ୍ୟାମିଲି ହେଲ୍‌ଥ ସର୍ଭେ-୫ (୨୦୧୯-୨୦୨୧)ରେ ତାହା ୮୯୪କୁ ଖସି ଆସିଛି। ସେପଟେ ସାମ୍ପଲ ରେଜିଷ୍ଟ୍ରେଶନ ସିଷ୍ଟମ(ଏସ୍‌ଆର୍‌ଏସ୍‌) ତଥ୍ୟ ଆଧାରରେ ୨୦୧୮-୨୦ ମସିହାରେ ରାଜ୍ୟରେ ପ୍ରତି ୧୦୦୦ ପୁଅରେ ୯୨୫ ଝିଅ ଜନ୍ମ ହୋଇଛନ୍ତି। ୨୦୧୬-୧୮ ମସିହାରେ ଏହି ଅନୁପାତ ଥିଲା ୯୪୮। ଉପାନ୍ତ ଅପେକ୍ଷା ଉପକୂଳ ଜିଲାରେ ସ୍ଥିତି ଚିନ୍ତାଜନକ ରହିଛି। ୧୦୦୦ ପୁଅଙ୍କ ତୁଳନାରେ ଝିଅଙ୍କ ହାର ନୟାଗଡ଼ ଜିଲାରେ ୮୧୧ ଥିବାବେଳେ ଢେଙ୍କାନାଳରେ ୮୬୫, ସୁବର୍ଣ୍ଣପୁରରେ ୮୮୦, ଅନୁଗୋଳରେ ୮୮୫, ଜଗତ୍‌ସିଂହପୁରରେ ୮୯୭ ଓ କେନ୍ଦ୍ରାପଡ଼ାରେ ୮୯୮ ରହିଛି। ତେବେ ଜାତୀୟ ହାରଠାରୁ ଓଡ଼ିଶା ଉପରେ ରହିଛି। ଜାତୀୟ ସ୍ତରରେ ଏହି ସଂଖ୍ୟା ୯୦୭ ରହିଛି। ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ‘ଲିଙ୍ଗଗତ ଜନ୍ମହାରରେ ସନ୍ତୁଳତା’ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ କର୍ମଶାଳାରେ ଏହି ମତ ପ୍ରକାଶ ପାଇଛି। ରାଜ୍ୟରେ ଝିଅ ସଂଖ୍ୟା କମୁଥିବା ନେଇ ରାଜ୍ୟ ସରକାର ଚିନ୍ତାରେ ପଡ଼ିଥିବା ବେଳେ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି। ତେବେ କିଭଳି ଭାବେ ପୁଅ ଏବଂ ଝିଅଙ୍କ ସଂଖ୍ୟାରେ ସମାନତା ଆସିବ ସେନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri