ଧୈର୍ଯ୍ୟର ସହ ଅପେକ୍ଷା ରଖିଲେ ଶାହାରୁଖ

ମୁମ୍ବାଇ: ବଲିଉଡ ଇଣ୍ଡଷ୍ଟ୍ରିର ସବୁଠାରୁ ବଡ ତାରକାମାନଙ୍କ ମଧ୍ୟରୁ ଶାହାରୁଖ ଖାନ ଅନ୍ୟତମ। ଅଭିନୟ ବ୍ୟତୀତ ଅଭିନେତା ନିଜର ନମ୍ର ସ୍ବଭାବ ପାଇଁ ମଧ୍ୟ ଜଣାଶୁଣା। ନିକଟରେ ତାଙ୍କୁ ମୁମ୍ବାଇ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ପାଇଁ ଧୈର୍ଯ୍ୟର ସହିତ ଅପେକ୍ଷା କରିଥିବା ଦେଖିବାକୁ ମିଳିଥିଲା। କିଙ୍ଗ ଖାନଙ୍କ ଏହି ଷ୍ଟାଇଲ ପ୍ରଶଂସକଙ୍କ ହୃଦୟ ଜିତୁଛି। ତାଙ୍କର ସେହି ସମୟର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଶାହାରୁଖ ତାଙ୍କ ମ୍ୟାନେଜର ପୂଜା ଦାଦଲାନୀଙ୍କ ସହ ବିମାନବନ୍ଦର ପରିସରରେ ପହଞ୍ଚିଥିଲେ। ସୋସିଆଲ ମିଡିଆରେ ଅଭିନେତାଙ୍କର ଅନେକ ଫଟୋ ଏବଂ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ସେ ସମ୍ପୂର୍ଣ୍ଣ କଳା ପୋଷାକ ପିନ୍ଧିଥିବାର ନଜର ଆସିଛନ୍ତି। ସେ କଳା ପ୍ୟାଣ୍ଟ ସହିତ ଏକ କଳା ଜ୍ୟାକେଟ ପିନ୍ଧିଥିଲେ ଏବଂ ନିଜ ଲୁକକୁ ବ୍ଲାକ ସେଡ୍‌ ଏବଂ ହେୟାର ବ୍ୟାଣ୍ଡ ସହିତ କମ୍ପ୍ଲିଟ କରିଥିଲେ। ଭାଇରାଲ ଭିଡିଓରେ ଶାହାରୁଖ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ପାଇଁ ଧୌର୍ଯ୍ୟର ସହିତ ଅପେକ୍ଷା କରିଥିବା ଦେଖିବାକୁ ମିଳିଛି।

ଯାଞ୍ଚ ବେଳେ ଅଭିନେତା ନିଜର କାଗଜପତ୍ର ଦେଖାଇବା ବେଳେ ବହୁତ ଖୁସ ମିଜାଜ ନଜର ଆସିଥିଲେ। ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପ୍ରଶଂସକମାନେ କମେଣ୍ଟ କରିବା ଆରମ୍ଭ କରିଥିଲେ। ପ୍ରଶଂସକମାନେ ଅଭିନେତାଙ୍କର ନମ୍ର ସ୍ବଭାବର ପ୍ରଶଂସା କରୁଛନ୍ତି। ୱାର୍କ ଫ୍ରଣ୍ଟ ବିଷୟରେ କହିବାକୁ ଗଲେ ଶାହାରୁଖ ଖୁବ ଶୀଘ୍ର ନିର୍ଦ୍ଦେଶକ ରାଜକୁମାର ହିରାନୀଙ୍କ ଆଗାମୀ ଫିଲ୍ମ ‘ଡଙ୍କି’ରେ ନଜର ଆସିବେ। ନିକଟରେ ଫିଲ୍ମର ଟିଜର ଏବଂ ପ୍ରଥମ ଗୀତ ରିଲିଜ ହୋଇଥିଲା, ଯାହା ଦର୍ଶକଙ୍କ ସକାରାତ୍ମକ ପ୍ରତିକ୍ରିୟା ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଦୁନିଆରେ ଏଣ୍ଟ୍ରି ମାରିଲେ ଧୋନି! ଏହି ଫିଲ୍ମରେ କରିବେ ଅଭିନୟ

ନୂଆଦିଲ୍ଲୀ,୬।୯: ଦୁଇ ତାରକା ଗୋଟିଏ ଫିଲ୍ମରେ ଥିଲେ ଫିଲ୍ମର କ୍ରେଜ ହିଁ ବଢିଯାଏ। ଲୋକେ ତାଙ୍କ ପ୍ରିୟର ସୁପରଷ୍ଟାରଙ୍କୁ ଦେଖିବାକୁ ଭିଡ ଜମାଇଥା’ନ୍ତି। ଦକ୍ଷିଣ ଫିଲ୍ମର...

କେତେ ଟଙ୍କା ଟ୍ୟାକ୍ସ ଦିଅନ୍ତି ବଲିଉଡ୍‌ ସେଲିବ୍ରିଟି: ଜାଣନ୍ତୁ ଲିଷ୍ଟର ସର୍ବାଗ୍ରେ ଅଛନ୍ତି କିଏ

ଚଳଚ୍ଚିତ୍ର ତାରକାମାନେ ପ୍ରତିବର୍ଷ କୋଟି କୋଟି ଟଙ୍କାର ଟ୍ୟାକ୍ସ ଦିଅନ୍ତି। ଅଭିନେତା ଶାହାରୁଖ ଖାନ ୨୦୨୪ରେ ସମସ୍ତ ଭାରତୀୟ ସେଲିବ୍ରିଟିଙ୍କ ମଧ୍ୟରେ ସର୍ବାଧିକ ଟିକସ ଦେଇଛନ୍ତି।...

ଲାଇଭ୍‌ ସାକ୍ଷାତକାରରେ କ୍ୟାଟ୍ରିନାଙ୍କ ଉପରେ ରାଗିଗଲେ ରଣବୀର, କହିଲେ ଚୁପ୍‌ ରୁହ…

ମୁମ୍ବାଇ: ଏକ ରେଡିଓ ରୁମ୍‌ ସାକ୍ଷାତକାରରେ ଅଭିନେତା ରଣବୀର କପୁର କ୍ୟାଟ୍ରିନା କାଫେଙ୍କୁ ରାଗିଯାଇ ପାଟି କରୁଥିବାର ନଜର ଆସିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ...

ଭାବି ସ୍ତ୍ରୀଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ନାଗା ଚୈତନ୍ୟ

ସାଉଥ୍‌ ସୁପରଷ୍ଟାର୍‌ ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲାଙ୍କ ନିର୍ବନ୍ଧ ସରିଛି। ଏବେ ଉଭୟଙ୍କ ବିବାହ ଡେଟ୍‌କୁ ପ୍ରଶଂସକ ଅପେକ୍ଷା କରିଛନ୍ତି। ଏସବୁ ଭିତରେ ଶୋଭିତାଙ୍କ...

‘ଏମର୍ଜେନ୍ସି’କୁ ହାଇକୋର୍ଟ ଝଟକା

ମୁମ୍ବାଇ, ୫।୯:ସେନସରଶିପ୍‌କୁ ନେଇ ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାଓ୍ବାତଙ୍କ ‘ଏମର୍ଜେନ୍ସି’ ଫିଲ୍ମକୁ ବୁଧବାର ବମ୍ବେ ହାଇକୋର୍ଟଙ୍କ ନିକଟରୁ ଆଶ୍ୱସ୍ତି ମିଳିନାହିଁ। ଫିଲ୍ମର ସହ ନିର୍ମାତା...

‘ଯେତେବେଳେ ମୁଁ ଏହି ଦୁନିଆ ଛାଡି ଚାଲିଯିବି…’, ସମ୍ପତ୍ତି ଭାଗବଣ୍ଟାକୁ ନେଇ ଏମିତି କହିଦେଲେ ବିଗ୍‌ ବି, ଐଶ୍ୱର୍ଯ୍ୟାଙ୍କୁ ଦେବେ…

ମୁମ୍ବାଇ: ଅମିତାଭ ବଚ୍ଚନ ହେଉଛି ଶତାବ୍ଦୀର ମେଗାଷ୍ଟାର । ବିଗ୍‌ ବି ୫୦ ବର୍ଷରୁ ଅଧିକ ସମୟ ଧରି ଇଣ୍ଡଷ୍ଟ୍ରିରେ ସକ୍ରିୟ ଥିଲେ। ଏହି ୫୦...

‘ତାଙ୍କୁ ବୟକଟ କରିବା ଉଚିତ୍‌’, ଲଣ୍ଡନରୁ ମୁମ୍ବାଇ ଫେରିବା ମାତ୍ରେ ଅନୁଷ୍କାଙ୍କୁ ଏମିତି କହିଦେଲେ…

ମୁମ୍ବାଇ: ପୁଅ ଅକାୟଙ୍କ ଜନ୍ମର ୭ ମାସ ପରେ ଅଭିନେତ୍ରୀ ଅନୁଷ୍କା ଶର୍ମା ଲଣ୍ଡନରୁ ଭାରତ ଫେରିଛନ୍ତି। ଗତ କିଛି ସପ୍ତାହ ପୂର୍ବରୁ, ସେ ଏକ...

କଙ୍ଗନାଙ୍କ ପରବର୍ତ୍ତୀ ଫିଲ୍ମ ‘ଭାରତ ଭାଗ୍ୟ ବିଧାତା’

ମୁମ୍ବାଇ: ଅଭିନେତ୍ରୀ ତଥା ଲୋକ ସଭା ଏମ୍‌ପି କଙ୍ଗନା ରାଣାଓ୍ବତ ମଙ୍ଗଳବାର ନିଜର ପରବର୍ତ୍ତୀ ପ୍ରୋଜେକ୍ଟ ବିଷୟରେ ଘୋଷଣା କରିଛନ୍ତି। ମନୋଜ ତାପାଡ଼ିଆଙ୍କର ନିର୍ଦ୍ଦେଶନାରେ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri