ବିଶ୍ୱ ଅର୍ଥନୈତିକ ଫୋରମରେ ଶାଲୁ

ନୂଆଦିଲ୍ଲୀ,୨୫।୧: ଜିନ୍ଦଲ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର କୁଳପତି ଶାଲୁ ଜିନ୍ଦଲ ସୁଇଜରଲାଣ୍ଡର ଡାଭୋସ୍‌ ଠାରେ ଅନୁଷ୍ଠିତ ବିଶ୍ୱ ଅର୍ଥନୈତିକ ଫୋରମରେ ଅଂଶଗ୍ରହଣ କରି ସକାରାତ୍ମକ ସାମାଜିକ ଏବଂ ଅର୍ଥନୈତିକ ବିକାଶ ପାଇଁ ଜିନ୍ଦଲ ଫାଉଣ୍ଡେଶନର ପ୍ରତିବଦ୍ଧତା ଉପରେ ଆଲୋକପାତ କରିଥିଲେ। ଏପରି କି ଅର୍ଥନୈତିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ସହିତ ଭବିଷ୍ୟତ ପିଢ଼ିକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ଫାଉଣ୍ଡେଶନର ପ୍ରଭାବଶାଳୀ ପଦକ୍ଷେପଗୁଡିକ ଉପରେ ମଧ୍ୟ ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଏହି ଫୋରମରେ ଇନଭେଷ୍ଟ ଇଣ୍ଡିଆ ପକ୍ଷରୁ ଆୟୋଜିତ ଇଣ୍ଡିଆ ପ୍ୟାଭିଲିୟନଠାରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଉପରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଜିନ୍ଦଲ କେନ୍ଦ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀଙ୍କ ସହ ଯୋଗ ଦେଇଥିଲେ। ଦକ୍ଷତା ଅଭାବ ଦୂର କରିବା ଏବଂ ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଦିଗରେ ଜିନ୍ଦଲ ଫାଉଣ୍ଡେଶନ ଏବଂ ଭାରତ ସରକାରଙ୍କ ମଧ୍ୟରେ ପ୍ରଭାବଶାଳୀ ସହଯୋଗକୁ ଶାଲୁ ଗୁରୁତ୍ୱାରୋପ କରିଛନ୍ତି। ଦକ୍ଷତା ବିକାଶ କ୍ଷେତ୍ରରେ ମନ୍ତ୍ରୀ ଚୌଧୁରୀଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଶାଲୁ ତାଙ୍କୁ ପ୍ରଶଂସା କରିଥିଲେ। ଏହି ଅଧିବେଶନରେ ଦକ୍ଷତା ଅଭାବ ଦୂର କରିବା, ନିଯୁକ୍ତି ସୁଯୋଗକୁ ପ୍ରୋତ୍ସାହିତ କରିବା ଏବଂ ଅବହେଳିତ ସମ୍ପ୍ରଦାୟର ବ୍ୟକ୍ତିବିଶେଷଙ୍କୁ ସଶକ୍ତ କରିବା ପାଇଁ ଡିଜାଇନ୍‌ କରାଯାଇଥିବା ପ୍ରମୁଖ ପଦକ୍ଷେପଗୁଡିକ ଉପରେ ଆଲୋକପାତ କରାଯାଇଥିଲା। ସେହିପରି ୱିମେନ ଇନସ୍ପେରିଂ ନେଟୱର୍କ ଦ୍ୱାରା ଆୟୋଜିତ ଜେନେରେଶନାଲ ୱେଲ୍‌ଥ’ ଶୀର୍ଷକ ଏକ ସେଶନରେ ଯୋଗଦେଇ ସେ ଜିନ୍ଦଲ ଫାଉଣ୍ଡେଶନ ଦ୍ବାରା ବିଭିନ୍ନ ପଦକ୍ଷେପଗୁଡିକ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri