Advertisement
Categories: ଜାତୀୟ

ମାୟାବତୀ,ମମତା, ଚନ୍ଦ୍ରାବାବୁ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରମୁଖ ଦାବିଦାର: ଶରଦ ପାଓ୍ବାର

ମୁମ୍ବାଇ,୨୮।୪: ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର କହିଛନ୍ତି ଯଦି ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଏଥର ବହୁମତ ସାବ୍ୟସ୍ତ କରିବାରେ ଅସଫଳ ହେବେ ତେବେ ପ୍ରଧାନମନ୍ତ୍ରୀ ପଦ ପାଇଁ ନେତାଙ୍କର ଅଭାବ ନାହିଁ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଓ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରମୁଖ ଦାବିଦାର ହେବେ। ଶରଦ ଯେଉଁ ୩ ନେତାଙ୍କ ନାଁ ନେଇଛନ୍ତି ସେମାନେ ଏବେ ନିର୍ବାଚନ ବୈତରଣୀରେ ଜିତିବା ପାଇଁ ପ୍ରାଣପଣେ ଚେଷ୍ଟା ଚଳାଇଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share