ଶେଖ ହାସିନା ବାଂଲାଦେଶ ଯିବେ ନା ନାହିଁ, ନୂଆ ସରକାରର ଗୃହମନ୍ତ୍ରୀ ଦେଲେ ବଡ଼ ସୂଚନା

ଢାକା,୧୨।୮: ବାଂଲାଦେଶ ଛାଡିବା ପରେ ଶେଖ ହାସିନା ବର୍ତ୍ତମାନ ଦିଲ୍ଲୀରେ ରହିଛନ୍ତି। ଏଭଳି ପରିସ୍ଥିତିରେ ସବୁଠାରୁ ବଡ ପ୍ରଶ୍ନ ହେଉଛି ହାସିନା ବାଂଲାଦେଶ ଫେରିବେ କି ନାହିଁ। ଯଦି ସେ ଯାଆନ୍ତି, ସେଠାରେ ଥିବା ନୂତନ ସରକାର ସେମାନଙ୍କ ସହିତ କିପରି ବ୍ୟବହାର କରିବେ? ତାଙ୍କ ପାର୍ଟି ଅୱାମୀ ଲିଗ ସହିତ କ’ଣ ହେବ? ମଧ୍ୟବର୍ତ୍ତୀକାଳୀନ ସରକାର ଏହାକୁ ବ୍ୟାନ୍‌ କରିବାକୁ ଯାଉଛନ୍ତି କି? ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଗୃହମନ୍ତ୍ରୀ ଅବସରପ୍ରାପ୍ତ ବ୍ରିଗେଡିୟର୍‌ ଜେନେରାଲ ଏମ ସାଖୱତ ହୁସେନ ଏହି ସମସ୍ତ ପ୍ରଶ୍ନର ଉତ୍ତର ଦେଇଛନ୍ତି।

ଅବସରପ୍ରାପ୍ତ ବ୍ରିଗେଡିୟର୍‌ ଜେନେରାଲ କହିଛନ୍ତି ଯେ, ଶେଖ ହାସିନାଙ୍କ ପାର୍ଟି ଅୱାମୀ ଲିଗକୁ ନିଷିଦ୍ଧ କରିବାର ତାଙ୍କର ଉଦ୍ଦେଶ୍ୟ ନାହିଁ। ଅୱାମୀ ଲିଗ ବାଂଲାଦେଶ ପାଇଁ ବହୁତ ଅବଦାନ ଦେଇଛି । ଆମେ ଏହାକୁ ଅସ୍ବୀକାର କରୁନାହୁଁ। ଯେତେବେଳେ ବି ନିର୍ବାଚନ ଆସିବ, ସେ ପ୍ରତିଦ୍ୱନ୍ଦ୍ୱିତା କରିବା ଉଚିତ୍‌। ଯେତେବେଳେ ତାଙ୍କୁ ପଚରାଗଲା ଯେ ଶେଖ ହାସିନାଙ୍କୁ ଫେରାଇ ଆଣିବା ଉପରେ ବିଚାର କରାଯିବ କି? ଏହା ଉପରେ ହୁସେନ କହିଛନ୍ତି ଯେ ସେ କହିଛନ୍ତି ସେ ଫେରିବାକୁ ଯୋଜନା କରୁଛନ୍ତି, କିନ୍ତୁ ସେ ଯାଇଥିଲେ କାହିଁକି? ସେତାଙ୍କ ଇଚ୍ଛାରେ ଯାଇଛନ୍ତି। ଏହା ତାଙ୍କର ଦେଶ। ସେ ଚାହିଁଲେ ଫେରିପାରିବେ।

ହୁସେନ ସମସ୍ତ ବିକ୍ଷୋଭକାରୀଙ୍କୁ ଚେତାବନୀ ଦେଇ କହିଛନ୍ତି ଏକ ସପ୍ତାହ ମଧ୍ୟରେ ବେଆଇନ ଅସ୍ତ୍ର ଜମା କରନ୍ତୁ। ଯଦି ସେମାନେ ତାହା ନକରନ୍ତି ତେବେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ...

ଫୁଡ୍‌ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ

ଜୁରିଚ୍‌, ୨୦।୯:ଫୁଡ୍‌ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍‌ସ୍ଥିତ...

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ...

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ...

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା...

ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା...

ହିଜବୁଲ୍ଲା ମୁଖ୍ୟଙ୍କ ଭାଷଣ ଶେଷ ହେଉ ହେଉ ବୋମା ବର୍ଷା କଲା ଇସ୍ରାଏଲ, ଆଇଡିଏଫ କହିଲା…

ଜେରୁଜେଲମ,୧୯।୯: ଗତ ଦୁଇ ଦିନ ମଧ୍ୟରେ ଇସ୍ରାଏଲ ଲେବାନନ ଉପରେ ଦୁଇଟି ବଡ଼ ଆକ୍ରମଣ କରିଥିଲା। ପ୍ରଥମେ ମଙ୍ଗଳବାରରେ ଏକ ପେଜର୍‌ ବିସ୍ଫୋରଣ ହୋଇଥିଲା ଏବଂ...

କାହିଁକି ଅବସର ବୟସ ସୀମା ବଢାଇଲା ଚାଇନା, କରଜ ଦେଉଥିବା ଡ୍ରାଗନ ପାଖରେ ନାହିଁ…

ବେଜିଂ,୧୯।୯: ଚାଇନାରେ କ୍ରମାଗତ ଭାବେ ଜନସଂଖ୍ୟା ହ୍ରାସ ଏବଂ କର୍ମଚାରୀଙ୍କ ବୟସ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri