Posted inଜାତୀୟ

ନିଜ ରକ୍ତରେ ଲେଖିଦେବି ଶେଟ୍ଟାର କେବେ ବି ଜିତିବେନି: ୟେଦୁରପ୍ପା…

ବେଙ୍ଗାଲୁରୁ,୨୬।୪ : କର୍ନାଟକରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ରାଜନେତାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ତୀବ୍ର ହେବାରେ ଲାଗିଛି। ଏହିକ୍ରମରେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭେଟେରାନ ଭାଜପା ନେତା ବିଏସ ୟେଦୁରପ୍ପା କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ହୁବଲିରେ ଏକ ନିର୍ବାଚନୀ ବୈଠକକୁ ସମ୍ବୋଧିତ କରି ସେ କହିଛନ୍ତି ମୁଁ ନିଜ ରକ୍ତରେ ଲେଖି ଦେବି ଜଗଦୀଶ ଶେଟ୍ଟାର ଏଠାରୁ କେବେ ବି ଜିତିବେ ନାହିଁ।

ଶେଟ୍ଟାରଙ୍କୁ ଜଣେ ବିଧାୟକ, ମନ୍ତ୍ରୀ, ବିଧାନସଭା ବାଚସ୍ପତି, ବିଧାନସଭାରେ ବିରୋଧୀଦଳର ନେତା ତଥା ମୁଖ୍ୟମନ୍ତ୍ରୀ ଭାବରେ ଭାଜପା ପ୍ରାଧାନ୍ୟ ଦେଇଛି। କିନ୍ତୁ ସେ ଦଳ ପ୍ରତି ପ୍ରତାରଣା କରିଛନ୍ତି, ବିଶ୍ୱାସ ଭାଙ୍ଗିଛନ୍ତି ତେଣୁ ଶେଟ୍ଟାର କୌଣସି ମୂଲ୍ୟରେ ଜିତିବା ଉଚିତ ନୁହେଁ। ୟେଦୁରୁପ୍ପା କହିଛନ୍ତି, ସେ ନିଜେ ହୁବଲିରେ ଏକ ରାଲି ଏବଂ ରୋଡ ଶୋ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ହୁବଲିକୁ ପ୍ରଚାର ପାଇଁ ଆସିବେ। ଶେଟ୍ଟାରଙ୍କୁ ପରାସ୍ତ କରିବାକୁ ଦଳ ମିଳିତ ଭାବେ କାର୍ଯ୍ୟ କରିବ।

କର୍ନାଟକର ହୁବଲି ଧରୱାଡ କେନ୍ଦ୍ରୀୟ ବିଧାନସଭା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ନେତା ଜଗଦୀଶ ଶେଟ୍ଟାର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହି ନିର୍ବାଚନମଣ୍ଡଳୀରୁ ସେ ସପ୍ତମ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି। କଂଗ୍ରେସ ତାଙ୍କୁ ପ୍ରୋଜେକ୍ଟ କରି ରାଜ୍ୟର ଲିଙ୍ଗାୟତ ଭୋଟରଙ୍କୁ ହାତେଇବାର ଚେଷ୍ଟା କରୁଥିବାବେଳେ ଭାଜପା ନିଜ ଗଡ଼ରେ ଶେଟ୍ଟାରଙ୍କୁ ପରାସ୍ତ କରିବାକୁ ଯୋଜନା କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବକ୍‌ଫ କମିଟି ବୈଠକ ଅଧାରୁ ପଳାଇଲେ ବିରୋଧୀ

ନୂଆଦିଲ୍ଲୀ,୨୮ା୧୦: ଦିଲ୍ଲୀ ଓ୍ବକ୍‌ଫ ବୋର୍ଡ ରିପୋର୍ଟକୁ ବିରୋଧ କରି ବିରୋଧୀ ସଦସ୍ୟମାନେ ସୋମବାର ଓ୍ବକ୍‌ଫ ବିଲ୍‌ ବୈଠକରୁ ଉଠିଯାଇଥିଲେ। ଯୁଗ୍ମ ସଂସଦୀୟ କମିଟି ଅଧ୍ୟକ୍ଷ ତଥା...

ଏତିକି ଟଙ୍କା ପାଇଁ ସ୍ବାମୀଙ୍କୁ ମାରି ଦେଲେ ସ୍ତ୍ରୀ: ଆଉ ତା’ପରେ ମୃତଦେହ ନେଇ..

ବେଙ୍ଗାଲୁରୁ ,୨୮ା୧୦:କର୍ନାଟକର କୋଡାଗୁ ଜିଲା ଅନ୍ତର୍ଗତ ଏକ କଫି ବଗିଚାରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ୩ ସପ୍ତାହ ପୂର୍ବରୁ ମିଳିଥିଲା। ପୋଲିସ ଏହା ଉପରେ...

ଉଦ୍ଧବ ଠାକରେଙ୍କୁ ବଡ଼ ଝଟ୍‌କା: ଟିକେଟ୍‌ ମିଳିବା ପରେ ନାଁ ପ୍ରତ୍ୟାହାର କଲେ ପ୍ରାର୍ଥୀ: ଏବେ ଏକନାଥ ଶିନ୍ଦେଙ୍କୁ ସମର୍ଥନ

ପୁଣେ,୨୮।୧୦: ମହାରାଷ୍ଟ୍ରରେ ନିର୍ବାଚନ ତାତି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସମ୍ଭାଜିନଗର ସେଣ୍ଟ୍ରାଲରୁ ଉଦ୍ଧବ ଠାକରେଙ୍କ ଦଳର ପ୍ରାର୍ଥୀ ତାଙ୍କ ନାମ ପ୍ରତ୍ୟାହାର...

ଭଙ୍ଗା-ଗଢା ରାଜନୀତି କରୁଛି ଭାଜପା: ସଞ୍ଜୟ ରାଉତ

ମୁମ୍ବାଇ,୨୮।୧୦: ଶିବସେନାର ରାଜ୍ୟ ସଭା ଏମପି (ଉଦ୍ଧବ ବାଲାସାହେବ ଠାକରେ) ଏବଂ ଦଳର ମୁଖପାତ୍ର ସଞ୍ଜୟ ରାଉତ ଅଭିଯୋଗ କରିଛନ୍ତି ଯେ ବିଭିନ୍ନ ଦଳ ଭାଙ୍ଗି...

ସ୍ପେନିସ ଫୁଟବଲକୁ ନେଇ ଏମିତି କହିଲେ ମୋଦି

ବଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ସୋମବାର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ ସିଷ୍ଟମ ଲିମିଟେଡ କ୍ୟାମ୍ପସରେ C-295 ବିମାନ ଉତ୍ପାଦନ...

ଭୋଟ ପୂର୍ବରୁ ମାଗଣା ବିଜୁଳି, ଋଣ ଛାଡ ଭଳି ଲଲିପପ ଦେଖାଉଛନ୍ତି ନେତା!

ରାଞ୍ଚି,୨୮।୧୦: ଝାଡ଼ଖଣ୍ଡର ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ମାତ୍ରେ ଗୋଡ୍ଡା ଜିଲାର ପଥରଗାମା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଅବିଶ୍ୱାସର ଭାବନା ସୃଷ୍ଟି...

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ...

ଓ୍ବେଟିଂ ଲିଷ୍ଟ କନଫର୍ମ ହେବ କି ନା, ଟିକେଟରେ ଥିବା କୋଡ ଦେଖି ନିଜେ କରିପାରିବେ ଚେକ୍‌

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ସମୟରେ ପ୍ରାୟ ସବୁ ଟ୍ରେନରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ବିଶେଷକରି ଉତ୍ତର ପ୍ରଦେଶ-ବିହାର ଯାଉଥିବା ଟ୍ରେନରେ କନଫର୍ମ ଟିକେଟ ପାଇବା କଷ୍ଟକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri