ଏପ୍ରିଲ ୨ରୁ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ: ପିଲାଙ୍କୁ ଦିଆଯିବ ‘ଯାଦୁପେଡି କିଟ୍‌’

ଭୁବନେଶ୍ୱର,୭ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଆସନ୍ତା ଏପ୍ରିଲ ୨ରୁ ପ୍ରାଥମିକ ବିଦ୍ୟାଳୟଗୁଡିକରେ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ। ୨୦୨୫-୨୬ ଶିକ୍ଷାବର୍ଷରୁ ଏଠାରେ ୫-୬ବର୍ଷ ବୟସର ପିଲାଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ଏନେଇ ପ୍ରସ୍ତୁତି ଓ ପ୍ରକ୍ରିୟା ଆରମ୍ଭ କରିବାକୁ ବିଭାଗୀୟ କମିଶନର କମ୍‌ ସେକ୍ରେଟାରୀ ସାଲିନୀ ପଣ୍ଡିତ ଏକ ବିଜ୍ଞପ୍ତି ଜରିଆରେ ସମସ୍ତ ଜିଲାପାଳ, ଅଧ୍ୟକ୍ଷ ଏବଂ ସମଗ୍ର ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁଯାୟୀ ରାଜ୍ୟରେ ପ୍ରାକ୍‌ ବିଦ୍ୟାଳୟ ଶିକ୍ଷାର ଗୁରୁତ୍ୱକୁ ଗୁରୁତ୍ୱ ଦିଆଯାଇ ‘ଶିଶୁ ବାଟିକା’ ନାମରେ ଏକ ଅତିରିକ୍ତ ଶ୍ରେଣୀ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ତେଣୁ ଏହାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ କାର୍ଯ୍ୟରତ ଶିକ୍ଷୟିତ୍ରୀଶିକ୍ଷକ ଓ ଭିତ୍ତିଭୂମିକୁ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଶିଶୁ ବାଟିକାରେ ପିଲାମାନେ ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ପାଠପଢ଼ିବେ। ଟିଇ ଆଣ୍ଡ୍‌ ଏସ୍‌ସିଇଆର୍‌ଟି ଦ୍ୱାରା ବିକଶିତ ସମସ୍ତ ପୁସ୍ତକ ଏପ୍ରିଲ ୧ ସୁଦ୍ଧା ସମସ୍ତ ପିଲାଙ୍କୁ ଦିଆଯିବ। ଏହା ସେମାନଙ୍କ ଶ୍ରେଣୀଗୃହ ପାଠପଢ଼ିବାରେ ସହାୟକ ହେବ। ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପ୍ରୋତ୍ସାହିତ କରାଯବ। ସମସ୍ତ ଶିଶୁ ବାଟିକା ପିଲାଙ୍କୁ ଏକ କିଟ୍‌ ପ୍ରଦାନ କରାଯିବ। ଏହି କିଟ୍‌ରେ ସ୍କୁଲ ବ୍ୟାଗ ସହିତ ପାଠ୍ୟକ୍ରମ ଉପକରଣ ଅନ୍ତର୍ଭୁକ୍ତ ହେବ। ସେହିପରି ଖେଳ ଭିତ୍ତିକ ଶିକ୍ଷଣ ପଦ୍ଧତି ମାଧ୍ୟମରେ ମୌଳିକ ଦକ୍ଷତା ଅର୍ଜନକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତ୍ୟେକ ବିଦ୍ୟାଳୟକୁ ‘ଯାଦୁ ପେଡି’ କିଟ୍‌ ଯୋଗାଇ ଦିଆଯିବ। ଏଥିପାଇଁ ସମସ୍ତ ପ୍ରାଥମିକ ଶ୍ରେଣୀର ଶିକ୍ଷକଙ୍କୁ ପ୍ରସ୍ତୃତି ମଡ୍ୟୁଲ ଉପରେ ତାଲିମ ଦିଆଯିବ। ଏହା ମାର୍ଚ୍ଚ ୧୫ ସୁଦ୍ଧା ଶେଷ ହେବ। ଶିଶୁ ବାଟିକାର ପ୍ରଭାବଶାଳୀ କାର୍ଯ୍ୟକାରିତା ପାଇଁ ଜିଲ୍ଲାସ୍ତରରେ ଏକ ଉତ୍ସର୍ଗୀକୃତ ସେଲ୍‌ ପ୍ରତିଷ୍ଠା କରାଯିବ। ଏହାବ୍ୟତୀତ ପ୍ରାକ୍‌ ବିଦ୍ୟାଳୟ ପାଇଁ ଆବଶ୍ୟକ ଅତିରିକ୍ତ ଭିତ୍ତିଭୂମି ଆସନ୍ତା ବର୍ଷ ଭିତରେ ପ୍ରଦାନ କରାଯିବାର ଯୋଜନା ରହିଛି ବୋଲି ବିଜ୍ଞପ୍ତିରେ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri