Categories: ଜାତୀୟ

ମୋଦିଙ୍କୁ ଭେଟିବେ ଶିବରାଜ: ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ,୨୯।୬: ମଧ୍ୟପ୍ରଦେଶ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ମଙ୍ଗଳବାର କରାଯିବ ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଏହାକୁ ନେଇ ବିଳମ୍ବିର ରାତ୍ରି ପର୍ଯ୍ୟନ୍ତ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଘରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ପ୍ରଦେଶ ଅଧ୍ୟକ୍ଷ ବିଡି ଶର୍ମା ଓ ମନ୍ତ୍ରୀ ସୁହାସ ଭଗତଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରାୟ ୩ ଘଣ୍ଟା ଚାଲିଥିବା ଏହି ବୈଠକ ପୂର୍ବରୁ ଶିବରାଜ ଶାହାଙ୍କ ସହ ବ୍ୟକ୍ତିଗତ ସାକ୍ଷାତ୍‌ କରିଥିଲେ। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୈହାନ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାସହ ଶିବରାଜ ଅନ୍ୟ କେତେଜଣ ଭାରତୀୟ ଜନତା ପାର୍ଟି(ଭାଜପା) ନେତାଙ୍କ ସହ ସାକ୍ଷାତ୍‌ କରିବାର ଯୋଜନା ରହିଛି। ତେବେ ଏହି ସମୟରେ ସେ ମୋଦିଙ୍କ ସହ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ କଥା ହୋଇ ପାରନ୍ତି ବୋଲି ଅନୁମାନ କରାଯାଉଛି।

Share