Posted inଜାତୀୟ

ମମତା ସରକାରଙ୍କୁ ଝଟ୍‌କା: ରାମନବମୀ ହିଂସା ମାମଲା ଏନଆଇଏକୁ ହସ୍ତାନ୍ତର…

କୋଲକାତା,୨୭।୪ : ପଶ୍ଚିମବଙ୍ଗର ବିଭିନ୍ନ ଜିଲାରେ ରାମ ନବମୀ ଅବସରରେ ଘଟିଥିବା ହିଂସାକୁ ନେଇ କଲିକତା ହାଇକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବର୍ତ୍ତମାନ ହାଓ୍ବଡା ଏବଂ ଦାଲକୋଲା ସମେତ ବିଭିନ୍ନ ସହରରେ ହିଂସା ଘଟଣାର ତଦନ୍ତକୁ କୋର୍ଟ ଆତଙ୍କବାଦ ବିରୋଧୀ ଏଜେନ୍ସି ଏନଆଇଏକୁ ହସ୍ତାନ୍ତର କରିଛନ୍ତି। ଫଳରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ବଡ଼ ଝଟ୍‌କା ଲାଗିଛି।

ମାର୍ଚ୍ଚ ୩୦ ରେ,, ରାମ ନବମୀ ଅବସରରେ ଶୋଭାଯାତ୍ରା ସମୟରେ ଉତ୍ତର ଦିନାଜପୁର, ଇସଲାମପୁର, ହାୱଡାରେ ସଂଘର୍ଷ ହୋଇଥିଲା। ଏଥିରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିଲା। ପରବର୍ତ୍ତୀ ଦିନରେ, ହାୱଡା ଏବଂ ରିସଡା ବ୍ୟତୀତ ଅନ୍ୟାନ୍ୟ ସ୍ଥାନରେ ଶୋଭାଯାତ୍ରା ସମୟରେ ଅଗ୍ନିକାଣ୍ଡ ଏବଂ ହିଂସା ଘଟଣା ଘଟିଥିଲା। ଏହି ଘଟଣାରେ ବଙ୍ଗଳା ପୋଲିସ ୧୧୬ ଜଣଙ୍କୁ ଗିରଫ କରିଥିଲା ଏବଂ ରାଜ୍ୟ ସରକାର ଏହାର ତଦନ୍ତ ସିଆଇଡି ହସ୍ତାନ୍ତର କରିଥିଲେ। କଲିକତା ହାଇକୋର୍ଟ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କୁ ହନୁମାନ ଜୟନ୍ତୀ ପୂର୍ବରୁ ରାଜ୍ୟରେ ଶାନ୍ତି ବଜାୟ ରଖିବା ପାଇଁ କେନ୍ଦ୍ରୀୟ ବାହିନୀ ନିୟୋଜିତ କରିବାକୁ କହିଥିଲେ।

ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳର ଲୋକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ମଧ୍ୟ ଦେଖାଯାଇଥିଲା।

ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ପିଟିଶନରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଟି.ଏସ ସିଭାଗନନମଙ୍କ ନେତୃତ୍ୱରେ ଏକ ହାଇକୋର୍ଟର ଏକ ବେଞ୍ଚ ପଶ୍ଚିମବଙ୍ଗ ପୋଲିସକୁ ଏହି ମାମଲା ଏନଆଇଏକୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ଏହି ଜନସ୍ବାର୍ଥ ମାମଲାରେ ଅଧିକାରୀ କହିଛନ୍ତି, ରାମ ନବମୀ ହିଂସାରେ ବୋମା ବିସ୍ଫୋରଣ ଘଟିଛି। ଏହାର ଯାଞ୍ଚ ଏନଆଇଏ ଦ୍ୱାରା କରାଯିବା ଉଚିତ।

ଏହି ଆବେଦନ ଉପରେ କୋର୍ଟ ଦୁଇ ସପ୍ତାହ ମଧ୍ୟରେ କେନ୍ଦ୍ର ସରକାରଙ୍କୁ ଏହି ମାମଲା ସହ ଜଡିତ ସମସ୍ତ ରେକର୍ଡ ଏବଂ ସିସିଟିଭି ଫୁଟେଜ ହସ୍ତାନ୍ତର କରିବାକୁ ବଙ୍ଗଳା ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ କେନ୍ଦ୍ରକୁ ଏହି ଦଲିଲଗୁଡ଼ିକୁ ଏନଆଇଏ ପଠାଇବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବକ୍‌ଫ କମିଟି ବୈଠକ ଅଧାରୁ ପଳାଇଲେ ବିରୋଧୀ

ନୂଆଦିଲ୍ଲୀ,୨୮ା୧୦: ଦିଲ୍ଲୀ ଓ୍ବକ୍‌ଫ ବୋର୍ଡ ରିପୋର୍ଟକୁ ବିରୋଧ କରି ବିରୋଧୀ ସଦସ୍ୟମାନେ ସୋମବାର ଓ୍ବକ୍‌ଫ ବିଲ୍‌ ବୈଠକରୁ ଉଠିଯାଇଥିଲେ। ଯୁଗ୍ମ ସଂସଦୀୟ କମିଟି ଅଧ୍ୟକ୍ଷ ତଥା...

ଏତିକି ଟଙ୍କା ପାଇଁ ସ୍ବାମୀଙ୍କୁ ମାରି ଦେଲେ ସ୍ତ୍ରୀ: ଆଉ ତା’ପରେ ମୃତଦେହ ନେଇ..

ବେଙ୍ଗାଲୁରୁ ,୨୮ା୧୦:କର୍ନାଟକର କୋଡାଗୁ ଜିଲା ଅନ୍ତର୍ଗତ ଏକ କଫି ବଗିଚାରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ୩ ସପ୍ତାହ ପୂର୍ବରୁ ମିଳିଥିଲା। ପୋଲିସ ଏହା ଉପରେ...

ଉଦ୍ଧବ ଠାକରେଙ୍କୁ ବଡ଼ ଝଟ୍‌କା: ଟିକେଟ୍‌ ମିଳିବା ପରେ ନାଁ ପ୍ରତ୍ୟାହାର କଲେ ପ୍ରାର୍ଥୀ: ଏବେ ଏକନାଥ ଶିନ୍ଦେଙ୍କୁ ସମର୍ଥନ

ପୁଣେ,୨୮।୧୦: ମହାରାଷ୍ଟ୍ରରେ ନିର୍ବାଚନ ତାତି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସମ୍ଭାଜିନଗର ସେଣ୍ଟ୍ରାଲରୁ ଉଦ୍ଧବ ଠାକରେଙ୍କ ଦଳର ପ୍ରାର୍ଥୀ ତାଙ୍କ ନାମ ପ୍ରତ୍ୟାହାର...

ଭଙ୍ଗା-ଗଢା ରାଜନୀତି କରୁଛି ଭାଜପା: ସଞ୍ଜୟ ରାଉତ

ମୁମ୍ବାଇ,୨୮।୧୦: ଶିବସେନାର ରାଜ୍ୟ ସଭା ଏମପି (ଉଦ୍ଧବ ବାଲାସାହେବ ଠାକରେ) ଏବଂ ଦଳର ମୁଖପାତ୍ର ସଞ୍ଜୟ ରାଉତ ଅଭିଯୋଗ କରିଛନ୍ତି ଯେ ବିଭିନ୍ନ ଦଳ ଭାଙ୍ଗି...

ସ୍ପେନିସ ଫୁଟବଲକୁ ନେଇ ଏମିତି କହିଲେ ମୋଦି

ବଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ସୋମବାର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ ସିଷ୍ଟମ ଲିମିଟେଡ କ୍ୟାମ୍ପସରେ C-295 ବିମାନ ଉତ୍ପାଦନ...

ଭୋଟ ପୂର୍ବରୁ ମାଗଣା ବିଜୁଳି, ଋଣ ଛାଡ ଭଳି ଲଲିପପ ଦେଖାଉଛନ୍ତି ନେତା!

ରାଞ୍ଚି,୨୮।୧୦: ଝାଡ଼ଖଣ୍ଡର ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ମାତ୍ରେ ଗୋଡ୍ଡା ଜିଲାର ପଥରଗାମା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଅବିଶ୍ୱାସର ଭାବନା ସୃଷ୍ଟି...

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ...

ଓ୍ବେଟିଂ ଲିଷ୍ଟ କନଫର୍ମ ହେବ କି ନା, ଟିକେଟରେ ଥିବା କୋଡ ଦେଖି ନିଜେ କରିପାରିବେ ଚେକ୍‌

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ସମୟରେ ପ୍ରାୟ ସବୁ ଟ୍ରେନରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ବିଶେଷକରି ଉତ୍ତର ପ୍ରଦେଶ-ବିହାର ଯାଉଥିବା ଟ୍ରେନରେ କନଫର୍ମ ଟିକେଟ ପାଇବା କଷ୍ଟକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri