ମା’ଙ୍କ ଆଖି ଆଗରେ ପୁଅଙ୍କୁ ଗୁଳି ମାଡ଼

ଝାରସୁଗୁଡ଼ା,୬।୯: ନୂଆଁଖାଇ ପୂର୍ବରୁ ଅଶାନ୍ତ ହୋଇପଡିଛି ଝାରସୁଗୁଡ଼ା ସହର। ଦିନ ଦ୍ୱି ପ୍ରହରରେ ଘରେ ପଶି ଜଣେ ଯୁବକଙ୍କୁ ଗୁଳି କରି ଚମ୍ପଟ ମାରିଛନ୍ତି ଅଭିଯୁକ୍ତ। ଶୁକ୍ରବାର ମଧ୍ୟାହ୍ନରେ ଏପରି ଏକ ଘଟଣା ଘଟିଛି ଝାରସୁଗୁଡ଼ା ଶାନ୍ତିନଗର ଅଞ୍ଚଳରେ। ଗୁଳି ମାଡ଼ରେ ଯୁବକ ଜଣକ ଗୁରୁତର ଆହତ ହୋଥଇ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ମଧ୍ୟାହ୍ନରେ ରାକେଶ ଓରାମ ଓ ତାଙ୍କ ମା’ ଘରେ ବସି କଥା ହେଉଥିଲେ। ସେତିକିବେଳେ ୨ଜଣ ଯୁବକ ସ୍କୁଟିରେ ଆସି ଘର ଆଗରେ ଅଟକି ଥିଲେ। ପରେ ସେମାନେ ଘରେ ପଶି କୌଣସି କଥାବାର୍ତ୍ତା ନ କରି ରାକେଶଙ୍କୁ ଲକ୍ଷ୍ୟ କରି ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ। ସୌଭାଗ୍ୟ କ୍ରମେ ଗୁଳି ରାକେଶଙ୍କ କାନ୍ଧରେ ବାଜି ଚାଲି ଯାଇଥିଲା। ହେଲେ ରାଜେଶଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପହଞ୍ଚି ଯିବାରୁ ଦୁର୍ବୃତ୍ତମାନେ ସ୍କୁଟି ଧରି ଫେରାର ହୋଇଯାଇଥିଲେ। ପରିବାର ଲୋକେ ରାକେଶଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ଖୋଳତାଡ ଆରମ୍ଭ କରିଛି।

ସୂଚନା ଯୋଗ୍ୟ, ଗୁରୁବାର କୌଣସି କଥାକୁ ନେଇ ରାକେଶ ଏବଂ ଅଭିଯୁକ୍ତମାନଙ୍କ ମଧ୍ୟରେ ବଚସା ହୋଇଥିଲା। ହେଲେ ଶୁକ୍ରବାରେ ଅଭିଯୁକ୍ତମାନେ ରାକେଶଙ୍କ ଘରେ ପଶି ତାଙ୍କୁ ଗୁଳିମାଡ଼ କରିଛନ୍ତି। ପୋଲିସ ଘଟଣାର ତଦନ୍ତ କରି ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ରାଜେଶଙ୍କ ମା’ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri