ତାଜ୍‌ ଫଲକ୍‌ନୁମା ପ୍ୟାଲେସ୍‌ରେ ‘ସିକନ୍ଦର’ର ଶୁଟିଂ

ହାଇଦ୍ରାବାଦ: ଲରେନ୍ସ ବିଷ୍ଣୁ ଗ୍ୟାଙ୍ଗ୍‌ ପକ୍ଷରୁ ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ଙ୍କୁ କ୍ରମାଗତ ଭାବରେ ହତ୍ୟା ଧମକ ଦିଆଯାଉଛି l ତେବେ ଏହାରି ମଧ୍ୟରେ ସେ ସାହସର ସହ ନିଜର ସମସ୍ତ ପୂର୍ବ କାର୍ଯ୍ୟ ସମ୍ବନ୍ଧିତ ପ୍ରତିଶ୍ରୁତିଗୁଡ଼ିକୁ ପୂରଣ କରୁଛନ୍ତି। ଶନିବାର ସଲମାନଙ୍କୁ ମୁମ୍ବାଇ ବିମାନବନ୍ଦରରେ ଫିଲ୍ମ ନିର୍ମାତା ସାଜିଦ୍‌ ନାଡିଆଡ୍‌ୱାଲାଙ୍କ ସହ ଦେଖିବାକୁ ମିଳିଥିଲା। ରିପୋର୍ଟ ଅନୁଯାୟୀ, ସଲମାନ ତାଙ୍କ ଫିଲ୍ମ ‘ସିକନ୍ଦର’ର ଶୁଟିଂ ପାଇଁ ହାଇଦ୍ରାବାଦ ଯାଇଛନ୍ତି। ସଲମାନ ହାଇଦ୍ରାବାଦର ଐତିହାସିକ ତାଜ୍‌ ଫଲକ୍‌ନୁମା ପ୍ୟାଲେସ୍‌ରେ ଖୁବ୍‌ ଶୀଘ୍ର ଏହି ଫିଲ୍ମର ଶୁଟିଂ କରିବେ। ରବିବାର ଜଣେ ଏକ୍ସ’ ୟୁଜର୍‌ ମଧ୍ୟ ତାଜ୍‌ ଫଲକ୍‌ନୁମା ପ୍ୟାଲେସ୍‌ର କିଛି ଫଟୋ ଏବଂ ଭିଡିଓ ପୋଷ୍ଟ କରି ଏଠାରେ ‘ସିକନ୍ଦର’ ଶୁଟିଂ ଚାଲିଥିବା ନେଇ କହିଛନ୍ତି। ତେବେ ହାଇଦ୍ରାବାଦର ତାଜ୍‌ ଫଲକ୍‌ନୁମା ପ୍ୟାଲେସ୍‌ ସଲମାନଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ରହିଛି। ୨୦୧୪ରେ ଏଠାରେ ତାଙ୍କ ଭଉଣୀ ଅର୍ପିତା ଖାନ୍‌ଙ୍କର ବିବାହ ଅନୁଷ୍ଠିତ ହୋଇଥିଲା।
ଫିଲ୍ମରେ ସଲମାନଙ୍କ ସହ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କର ଯୋଡ଼ିକୁ ପ୍ରଥମ ଥର ପାଇଁ ଦେଖିବାକୁ ମିଳିବ। ଫିଲ୍ମରେ ଅନ୍ୟମାନଙ୍କ ମଧ୍ୟରେ ଅଭିନେତା ସୁନିଲ ଶେଟ୍ଟୀ, ଶର୍ମନ ଜୋଷୀ ଓ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ନଜରକୁ ଆସିବେ। ସାଜିଦ ନାଡିଆଡ୍‌ୱାଲାଙ୍କ ଦ୍ୱାରା ନିର୍ମିତ ଓ ଏ.ଆର୍‌. ମୁରୁଗାଡୋସ୍‌ଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଫିଲ୍ମ ଆସନ୍ତା ବର୍ଷ ମୁକ୍ତିଲାଭ କରିବ। ପ୍ରକାଶ ଯେ, ଗତ ମାସରେ ସଲମାନଙ୍କ ନିକଟତମ ବନ୍ଧୁ ତଥା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡ ପାଇଁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍‌ ନିଜକୁ ଦାୟୀ କରିଥିଲା। ଉକ୍ତ ହତ୍ୟାକାଣ୍ଡ ପରେ ସଲମାନଙ୍କ ସୁରକ୍ଷାକୁ ବୃଦ୍ଧି କରାଯାଇଛି। ଏବେ ସେ ୱାଇ ପ୍ଲସ୍‌ ସିକ୍ୟୁରିଟି ସହ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ...

ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲାପାଳ, ଝାରସୁଗୁଡ଼ାରେ ୪୬ ଟପିଲା ତାତି

ଭୁବନେଶ୍ୱର,୨୨।୪: ଓଡ଼ିଶାରେ ଅସହ୍ୟ ଗରମ ଓ ତାତି ଜନିତ ପରିସ୍ଥିତି ମଧ୍ୟରେ ଝାରସୁଗୁଡ଼ା ଜିଲାରେ ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଛୁଇଁଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ...

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର

ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ...

ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ

ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ...

୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୪।୨୨ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ...

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

ମୋଦିଙ୍କ ଆପ୍ରୁଭାଲ୍‌ ରେଟିଂ ଦେଖି ଇର୍ଷା କରୁଛନ୍ତି ଆମେରିକାର ଉପରାଷ୍ଟ୍ରପତି: କହୁ କହୁ କହିଦେଲେ…

ଜୟପୁର,୨୨।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ରାଜସ୍ଥାନର ଜୟପୁରରେ ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ...

ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ୩ ଗିରଫ: ୨ ବନ୍ଧୁକ ଜବତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ମଙ୍ଗଳବାର ବେଆଇନ ବନ୍ଧୁକ ରଖିବା ଏବଂ ସହଯୋଗ କରିବା ଅଭିଯୋଗରେ ୩ ଜଣକୁ ଗିରଫ କରିଛି। ସେମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image