୨୦ ଲକ୍ଷ ଖର୍ଚ୍ଚ ହୋଇଛି, କାମରେ ଲାଗୁନି ଦୋକାନ ଗୃହ

ନନ୍ଦପୁର, ୪ା୪ (ଡି.ଏନ.ଏ.): ବେକାର ଯୁବତୀଯୁବକଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ଗ୍ରାମାଞ୍ଚଳରେ ଦୋକାନ ଗୃହମାନ ନିର୍ମାଣ କରାଯାଉଛି। ଏଥିରେ ବହୁ ଅର୍ଥ ବ୍ୟୟ ହେଉଛି। ମତ୍ର ଦୋକାନ ଗୃହ ନିର୍ମାଣ ପରେ ଏଗୁଡିକ କାର୍ଯ୍ୟକ୍ଷମ ହେଉ ନ ଥିବା ଦେଖିବାକୁ ମିଳୁଛି। କୌଣସି ନା କୌଣସି କାରଣରୁ ଦୋକାନ ଗୃହଗୁଡିକର ଶଟର ଖୋଲୁନି। ଫଳରେ ଯେଉଁ ଲକ୍ଷ୍ୟରେ ଏହା ନିର୍ମାଣ ହୋଇଥିଲା ତାହା ବିଫଳ ହେଉଛି।
କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାଡୁଆ ପଞ୍ଚାୟତରେ ଏପରି ଦେଖିବାକୁ ମିଳିଛି। ପାଡୁଆ ପଞ୍ଚାୟତ ବଡଦେବତା (ଭୈରବୀ) ମନ୍ଦିର ନିକଟରେ ନିର୍ମାଣ ହୋଇଥିବା ୧୦ଟି ଦୋକାନ ଗୃହ ନିର୍ମାଣ ସରିଥିଲେ ମଧ୍ୟ ୬ ମାସ ହେଲା କାହାକୁ ଭଡ଼ାରେ ପ୍ରଦାନ କରାଯାଇନାହିଁ। ୫ମ ଏସ୍‌ଏଫ୍‌ସି ପାଣ୍ଠିରୁ ପଞ୍ଚାୟତ ପକ୍ଷରୁ ୧୦ ଲକ୍ଷ ଓ ବ୍ଲକ ପକ୍ଷରୁ ୧୦ ଲକ୍ଷ ଏପରି ୨୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିିତ ଏହି ୧୦ଟି ଦୋକାନ ଗୃହ ପାଡୁଆର ବେକାର ଯୁବତୀଯୁବକମାନଙ୍କୁ ବଣ୍ଟନ କରା ନ ଯିବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଫଳରେ ଏଥିରୁ ଆୟ କରିବାକୁ ଲକ୍ଷ୍ୟ ରଖିଥିବା ପଞ୍ଚାୟତ ନିରାଶ ହୋଇଛି।ଏନେଇ ବ୍ଲକ ସହକାରୀ ନିର୍ବାହୀଯନ୍ତ୍ରୀ ଜସକେତନ ବେହେରାଙ୍କୁ ପଚାରିବାରୁ ସେ ଦୋକାନ ଗୃହଗୁଡ଼ିକ ଭଡ଼ା ଦେବାକୁ ପଞ୍ଚାୟତ ପକ୍ଷରୁ ବିଜ୍ଞାପନ ପ୍ରକାଶ କରିବାକୁ ନିର୍ଦ୍ଦେଶ ହୋଇଛି ବୋଲି କହୁଥିବା ବେଳେ ପିଇଓ ଗୃହ ନିର୍ମାଣ କରିଥିବା ଠିକାଦାର ଏଯାଏ ଏହି ନବନିର୍ମିତ ଦୋକାନ ଗୃହର ଚାବି ଦେଇ ନ ଥିବା କହିଛନ୍ତି। ବ୍ଲକ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ନିର୍ମିତ ଦୋକାନ ଗୃହଗୁଡ଼ିକ ଆଗ୍ରହୀ ଯୁବତୀଯୁବକମାନଙ୍କୁ ବଣ୍ଟନ କରିବାକୁ ଦାବି ହେଉଛଇ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ...

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି...

ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ...

ବ୍ରାଉନସୁଗାର ଧରିବାକୁ ଆସି ଅବକାରୀ ଟିମ୍‌ ହଟହଟା, ଗାଡ଼ି ଚାବି ଛଡ଼ାଇ ନେବା ସହ ମୁଲତାନୀ ମାଟିକୁ କହିଲେ…

ଜଳେଶ୍ୱର,୨୩ା୧୨(ନବୀନ ସାହୁ): ବ୍ରାଉନସୁଗାର ଧରିବାକୁ ଆସି ଜଳେଶ୍ୱର ଅବକାରୀ ଟିମ୍‌କୁ ହଟହଟା ହେବାକୁ ପଡ଼ିଛି। କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ଅଭିଯୋଗ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri