ଭୁବନେଶ୍ୱର, ୭।୯(ଅସମାପିକା ସାହୁ)ରାଜ୍ୟରେ ମାଳ ମାଳ କୋଚିଂ ସେଣ୍ଟର ଖୋଲାଯାଉଛି। କୋଚିଂ ସେଣ୍ଟରଗୁଡ଼ିକ ପାଇଁ କୌଣସି ସ୍ବତନ୍ତ୍ର ନିୟମ ନ ଥିବାରୁ ଛାତ୍ରୀଛାତ୍ର ଓ ଅଭିଭାବକ ଶୋଷଣର ଶିକାର ହେଉଛନ୍ତି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ରହୁ ନ ଥିବାରୁ ଛାତ୍ରୀଛାତ୍ରଙ୍କ ଜୀବନ ବିପଦ ମୁହଁକୁ ଠେଲି ହୋଇଯାଉଛି। ତେଣୁ ରାଜ୍ୟ ସରକାର କୋଚିଂ ସେଣ୍ଟରଗୁଡିକୁ ନିୟନ୍ତ୍ରଣ କରିବା ପାଇଁ ସ୍ବତନ୍ତ୍ର ଆଇନ ଆଣନ୍ତୁ ବୋଲି ଓଡ଼ିଶା ଅଭିଭାବକ ମହାସଂଘ ଦାବି କରିଛି। ଏ ନେଇ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆୟାରଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହି ପ୍ରତିନିଧି ମଣ୍ଡଳୀରେ ପ୍ରସନ୍ନ ବିଷୋୟୀ, ସୁବ୍ରତ ସାହୁ, ଅନୁକୂଳ ସାହୁ, କୁଳମଣି ସାହୁ ରହିଥିଲେ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ତୁରନ୍ତ ଏହା ଉପରେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଯଦି ସରକାର ସ୍ବତନ୍ତ୍ର ଆଇନ କିମ୍ବା କୌଣସି କଟକଣା ନ ଲଗାନ୍ତି, ତେବେ ଆଗାମୀ ଦିନରେ ଘେରାଉ କରାଯିବ ବୋଲି ସହ ଅଧ୍ୟକ୍ଷ ପ୍ରସନ୍ନ ବିଷୋୟୀ କହିଛନ୍ତି।
ମହାସଂଘର କହିବାନୁସାରେ, ପିଲାଙ୍କୁ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ନମ୍ବର ରଖାଇ ଦେବାର ଏକ ସୁନେଲି ସ୍ବପ୍ନ ଦେଖାଇ ହଜାର ହଜାର ପିଲାଙ୍କୁ କିଛି କୋଚିଂ ସେଣ୍ଟର ଲୁଟି ଚାଲିଛନ୍ତି। ଭଲ ନମ୍ବର ରଖିଥିବା ଗୋଟିଏ ପିଲାର ଫଟୋକୁ ବିଜ୍ଞାପନରେ ଶହ ଶହ ଅନୁଷ୍ଠାନ ପ୍ରଚାର ପାଇଁ ବ୍ୟବହାର କରିଥିବା ନଜିର ମଧ୍ୟ ରହିଛି। ବହୁ ଅଭିଭାବକ କୋଚିଂ ସେଣ୍ଟର ଶୋଷଣର ଶିକାର ହେଉଥିବା ଅଭିଯୋଗ ଆସୁଛି। ବିଗତ ଦିନରେ ସୁରଟରେ ଏକ କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୨୨ ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିଭଳି ନିକଟରେ ଦିଲ୍ଲୀ କୋଚିଂସେଣ୍ଟର ଅଗ୍ନିକାଣ୍ଡ ଆଦି ଆମକୁ ଅନେକ ଶିକ୍ଷା ଦେଇଛି। ଆଗକୁ ଆମ ରାଜ୍ୟରେ ଏଭଳି ଘଟଣା ଘଟିବନି ବୋଲି କେହି କେବେ କହିପାରିବେ ନାହିଁ। ସେପଟେ ରାଜସ୍ଥାନ କୋଟାରେ ଯେପରି ମେଧାବୀ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ବଢ଼ି ଚାଲିଛି ତାହା ଅଭିଭାବକଙ୍କ ପାଇଁ ଚିନ୍ତାର ବିଷୟ ହୋଇଛି। ଓଡ଼ିଶାରେ ମଧ୍ୟ ବିଭିନ୍ନ ସମୟରେ କୋଚିଂ ସେଣ୍ଟରରେ ପାଠପଢ଼ା, ଶୋଷଣ ଓ ଅନ୍ୟାନ୍ୟ ସମସ୍ୟାକୁ ନେଇ ଅଭିଯୋଗ ହୋଇଆସୁଛି। ତେଣୁ କୋଚିଂ ସେଣ୍ଟରଗୁଡ଼ିକୁ ତାଲିକାଭୁକ୍ତ କରି ସ୍ବତନ୍ତ୍ର ଗାଇଡ୍ଲାଇନ ଆଣି ସରକାର ଦେୟ ଓ ଦାୟିତ୍ୱବୋଧ ନିର୍ଦ୍ଧାରଣ କରିବା ନିହାତି ଆବଶ୍ୟକ। ତେଣୁ ମହାସଂଘ ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରି ତୁରନ୍ତ ପଦକ୍ଷେପ ନେବାକୁ ଦୃଢ଼ ଦାବି ଜଣାଇଛି।

ରାଜ୍ୟପାଳ ଅଲୋଡ଼ା: ତାମିଲନାଡ଼ୁ ଆଣିଲା ୧୦ ଆଇନ
ଚେନ୍ନାଇ,୧୩/୪ତାମିଲନାଡୁ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ୧୦ ନୂଆ ଆଇନ ହେଲା ତାମିଲନାଡ଼ୁ ଫିଶେରିଜ୍ ୟୁନିଭର୍ସିଟି (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ପ୍ରାଣୀ ବିଜ୍ଞାନ ବିଶ୍ୱବିଦ୍ୟାଳୟ...

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ
ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍ଆର୍ଏଚ୍) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍...

ଉଗ୍ରରୂପ ନେଲା ଓ୍ବକ୍ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍ ସେବା ବନ୍ଦ
କୋଲକାତା,୧୨।୪: ଓ୍ବକ୍ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ
କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ
କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା
ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ
ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି
ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...