୫୫ ପରୀକ୍ଷାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ

ବାଲେଶ୍ୱର,୩୦ା୭(ମାନସ ବିଶ୍ୱାଳ)ବହୁ ଚର୍ଚ୍ଚିତ ଜେଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ପ୍ରଥମ ଥର ପାଇଁ ଆକ୍ସନ ମୋଡ୍‌କୁ ଆସିଛି ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି)। କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛି, ଯେଉଁଥିରେ ମୁଖ୍ୟ ଅଭିଯୁକ୍ତ ରହିଛନ୍ତି ବିହାର ପାଟନା ଆକାଉଣ୍ଟାଣ୍ଟ ଜେନେରାଲ (ଏଜି)ଙ୍କ ଅଫିସ୍‌ର ଜଣେ ବରିଷ୍ଠ କର୍ମଚାରୀ ବିଶାଲ କୁମାର ଚୌରସିଆ (୩୫)। ସେହିପରି ଯାଜପୁର ଜିଲାରେ ଶିକ୍ଷକତା କରୁଥିବା ସୁଶାନ୍ତ କୁମାର ସାହୁ (୪୨) ଓ କନ୍ଧମାଳ ଜିଲାରେ ଶିକ୍ଷକ ଥିବା ଗଞ୍ଜାମ ଜିଲାର ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ (୩୩)ଙ୍କ ସମେତ ମୋଟ୍‌ ୧୭ ଜଣ ଗିରଫ ହୋଇଛନ୍ତି। ବାଲେଶ୍ୱର ଏସ୍‌ପି ସାଗରିକା ନାଥ ଏହି ମାମଲାରେ ତଦନ୍ତ କରି ଏକ ରିପୋର୍ଟ ଦେଇଛନ୍ତି, ଯେଉଁଥିରେ ଏହି ର଼୍ୟାକେଟ୍‌ ସହ ଡିଲ୍‌ରେ ଜଡ଼ିତ ଥିବା ୯୨ ଜଣ ପରୀକ୍ଷାର୍ଥୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଏସ୍‌ପି ଓଏସ୍‌ଏସ୍‌ସି ଅଧ୍ୟକ୍ଷଙ୍କୁ ଚିଠି ଲେଖିଥିଲେ। ଏହାପରେ ଓଏସ୍‌ଏସ୍‌ସି କାର୍ଯ୍ୟାନୁଷ୍ଠାନ ନେବା ପୂର୍ବରୁ ୫୫ ପରୀକ୍ଷାର୍ଥୀଙ୍କୁ ନୋଟିସ୍‌ କରିଛି। ଅନ୍ୟପଟେ ଏହି ନିଯୁକ୍ତି ଠକେଇ ର଼୍ୟାକେଟ୍‌ ସହ ଓଏସ୍‌ଏସ୍‌ସିର ସମ୍ପୃକ୍ତି ଅଛି କି ନାହିଁ, ଡିଲ୍‌ ବେଳେ ଧରାପଡ଼ିଥିବା ୯୨ଜଣ ପରୀକ୍ଷାର୍ଥୀଙ୍କ ଯୋଗାଯୋଗ ନମ୍ବର ଉକ୍ତ ର଼୍ୟାକେଟ୍‌ ପାଇଲା କିପରି, ଓଏସ୍‌ଏସ୍‌ସିର ପ୍ରଶ୍ନପତ୍ର ଛାପିବା ପାଇଁ ବାହାର ରାଜ୍ୟର ଯେଉଁ ପ୍ରିଣ୍ଟିଂପ୍ରେସକୁ ଦାୟିତ୍ୱ ଦିଆଯାଇଥିଲା, ସେଠାରେ ପ୍ରଶ୍ନପତ୍ର ସୁରକ୍ଷା ଦାୟିତ୍ୱରେ କିଏ ଥିଲେ ଓ ଏହି ଘଟଣା ପରେ ତାଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି, ତାହା ଉପରେ ସାରା ରାଜ୍ୟର ନଜର ରହିଛି।
ସୂଚନାଯୋଗ୍ୟ, ଗତ ୧୬ ତାରିଖରେ ଓଏସ୍‌ଏସ୍‌ସି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ନେଇ ବାଲେଶ୍ୱର ପୋଲିସକୁ ସୂଚନା ମିଳିଥିଲା। ସ୍ବତନ୍ତ୍ର ଟିମ୍‌ ମାଧ୍ୟମରେ ସହଦେବଖୁଣ୍ଟା ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ବାରୁଣୀ ବ୍ରିଜ୍‌ଠାରେ ଏକ ଗ୍ରୁପ୍‌କୁ ଠାବ କରାଯାଇ ସେମାନଙ୍କ ନିକଟରୁ ମିଳିଥିବା ତଥ୍ୟ ଅନୁସାରେ ଅନ୍ୟ ଏକ ଗ୍ରୁପ୍‌କୁ ଦୀଘା ନିକଟସ୍ଥ ଏକ ହୋଟେଲରୁ ମୋଟ୍‌ ୯ଜଣଙ୍କୁ ଗିରଫ କରାଯାଇଥିଲା। ଏନେଇ ସହଦେବଖୁଣ୍ଟା ଥାନାରେ ମାମଲା (ନଂ.୩୦୩/୨୩) ରୁଜୁ କରାଯାଇ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଅଧିକ ତଦନ୍ତ ପାଇଁ ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ଅଣାଯାଇଥିଲା। ସେମାନଙ୍କ ନିକଟରୁ ମିଳିଥିବା ତଥ୍ୟ ଅନୁସାରେ ବାଲେଶ୍ୱର ପୋଲିସର ସ୍ବତନ୍ତ୍ର ଟିମ୍‌ ବିହାର, ମଧ୍ୟପ୍ରଦେଶ ଓ ଓଡ଼ିଶାରୁ ମାଷ୍ଟରମାଇଣ୍ଡଙ୍କ ସହ ୮ଜଣଙ୍କୁ ଗିରଫ କରିଥିଲା। ମୋଟ୍‌ ଗିରଫ ହୋଇଥିବା ୧୭ଜଣଙ୍କଠାରୁ ୨୫ଟି ମୋବାଇଲ, ୩ଟି ଦସ୍ତଖତ ଥିବା ବ୍ଲାଙ୍କ ଚେକ୍‌, ୩ଟି ଅରିଜିନାଲ ସାର୍ଟିଫିକେଟ୍‌, ଗୋଟିଏ ବସ୍‌, ଗୋଟିଏ ସ୍କର୍ପିଓ, ୩ଟି କାର୍‌, ନଗଦ ଲକ୍ଷାଧିକ ଟଙ୍କା ଜବତ କରାଯାଇଥିବା ନେଇ ଗତ ୨୭ ତାରିଖରେ ବାଲେଶ୍ୱର ଏସ୍‌ପି ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ମାଟି, ସଙ୍କଟରେ କୁମ୍ଭକାରଙ୍କ ଜୀବିକା

କାକଟପୁର/ଅସ୍ତରଙ୍ଗ(ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ)୨୮ା୧୦: ଓଡ଼ିଆ ଚଳଣି ଓ ପରମ୍ପରା ନିଆରା। ସବୁ ପର୍ବପର୍ବାଣି, ପୂଜାର୍ଚ୍ଚନା ଓ ଯାନିଯାତ୍ରା ସମୟରେ ମାଟିତିଆରି ସାମଗ୍ରୀ ଖୋଜାପଡ଼େ।...

ବରାହିପୁର ସରପଞ୍ଚ ନିଲମ୍ବିତ

ମାହାଙ୍ଗା,୨୮ା୧୦(ଯଯାତି ସିଂହ): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ବରାହିପୁର ପଞ୍ଚାୟତରେ ସରକାରୀ ଅର୍ଥ ତୋସାରପାତ ଅଭିଯୋଗରେ ସରପଞ୍ଚଙ୍କୁ ନିଲମ୍ବିତ କରାଯାଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ...

ଗ୍ୟାସ୍‌ ସିଲିଣ୍ଡର ଫାଟି ଜଳିଗଲା ୧୦ ବଖରା, ସବୁ ଜଳିପୋଡ଼ି ଛାରଖାର

ଖଲ୍ଲିକୋଟ,୨୮ା୧୦: ଗଞ୍ଜାମ ଜିଲା ଖଲ୍ଲିକୋଟର କମଳାପଦର ଗାଁରେ ଏକ ଦୁଃଖଦାୟକ ଘଟଣା ଘଟିଛି। ଗ୍ୟାସ୍‌ ସିଲିଣ୍ଡର୍‌ ଫାଟି ଗାଁର ୩ ପରିବାରର ୧୦ ବଖରା ଜଳିପୋଡ଼ି...

ପ୍ରକାଶ ସେଠୀଙ୍କ ନାଁରେ ୩ ଏତଲା

କଟକ ସଦର,୨୮ା୧୦(ସୁଶାନ୍ତ କୁମାର ଜେନା): କଟକ ସଦରର ପୂର୍ବତନ ବିଧାୟକ ଚନ୍ଦ୍ରସାରଥି ବେହେରା ବିଜେଡି ଛାଡ଼ି ଭାଜପାର ସଦସ୍ୟତା ଗ୍ରହଣ କରିଥିବା ନେଇ ଏକ ହ୍ବାଟ୍ସଆପ୍‌...

ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ

କୃଷ୍ଣପ୍ରସାଦ,୨୮ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ଶୀତଋତୁ ଆସିଲେ ଚଳଚଞ୍ଚଳ ହୋଇଉଠେ ଚିଲିକାର ପରିବେଶ। ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ...

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ...

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୯ ଶହ ୮୯ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି,...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri