ଗୁରୁବାର ରାତିରୁ ଶୁକ୍ରବାର ପୂର୍ବାହ୍ନ ୧୧ଟା ଯାଏ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୦।୬: ପାଖେଇ ଆସୁଛି ମହାପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା। ଜୁନ ୨୨ରେ ପବିତ୍ର ସ୍ନାନପୂର୍ଣ୍ଣିମା। ସ୍ନାନ ପୂର୍ଣ୍ଣିମା ପାଇଁ ସେନାପଟା ନୀତି ଲାଗି ନିମନ୍ତେ ଗୁରୁବାର ରାତି ୧୨ଟାଠାରୁ ଶୁକ୍ରବାର ପୂର୍ବାହ୍ନ ୧୧ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ଏହି ଅବସରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ଅନୁଷ୍ଠିତ ହେବ।

ସୂଚନ ଯୋଗ୍ୟ, ଜୁଲାଇ ୭ରେ ନବଯୌବନ ଦର୍ଶନ, ନେତ୍ରୋତ୍ସବ ଏବଂ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ୧୫ରେ ବାହୁଡ଼ା ଯାତ୍ରା ଏବଂ ଜୁଲାଇ ୧୭ରେ ସୁନାବେଶ ରହିଛି। ଅନ୍ୟପକ୍ଷେ ରଥଯାତ୍ରା ନେଇ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

Share