ପୁରୀ, ୩ା୯(ଅଜିତ ମହାନ୍ତି):ପୁରୀ ଜିଲା ପ୍ରଶାସନ ତଥା ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ତରଫରୁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଷ୍ଣୁପ୍ରସାଦ ପତିଙ୍କ ଅଧ୍ୟକ୍ଷତାରେ ତମାଖୁ ନିୟନ୍ତ୍ରଣ ସମ୍ପର୍କିତ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ପତିଙ୍କ ନେତୃତ୍ୱରେ ଜିଲାରେ ତମାଖୁ ନିୟନ୍ତ୍ରଣ ନେଇ ଚଢ଼ାଉ ଜାରି ରହିବ। ଶ୍ରୀମନ୍ଦିର ପରିସର ସମେତ ସମସ୍ତ ଶିକ୍ଷାନୁଷ୍ଠାନର ୧୦୦ ମିଟର ପରିସରକୁ ତମାଖୁମୁକ୍ତ କରାଯିବ। ସେହିପରି ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ର ପରିସର ଓ ନିକଟକୁ ତମାଖୁ ମୁକ୍ତ କରାଯିବ। ଏ ସଂକ୍ରାନ୍ତରେ ପ୍ରଶାସନ ପକ୍ଷରୁ ଦୋକାନୀଙ୍କୁ ନୋଟିସ ଦିଆଯିବ। ଯେଉଁ ଦୋକାନୀ ଏହାକୁ ଅବମାନନା କରିବେ ତାଙ୍କ ଲାଇସେନ୍ସ ରଦ୍ଦ କରାଯିବ। କୋଟପା ଆଇନକୁ କଡ଼ାକଡ଼ି ପାଳନ କରାଯିବ। ପ୍ରତ୍ୟେକ ମାସରେ ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅନୁଧ୍ୟାନ କରିବେ। ଯେଉଁ ବ୍ୟକ୍ତି ଆଇନ ଉଲ୍ଲଂଘନ କରିବେ ସେମାନଙ୍କ ନାମରେ କୋର୍ଟରେ କେସ୍ କରାଯିବ ବୋଲି ବୈଠକରେ ସ୍ଥିର ହୋଇଥିଲା। ବରିଷ୍ଠ ପୋଲିସ ଅଧିକାରୀ ସୁଶୀଲ ମିଶ୍ର, ଖାଦ୍ୟ ସୁରକ୍ଷା ଅଧିକାରୀ ବେଦଶ୍ରୀ ସାହୁ, ଅବକାରୀ ସୁପରିଣ୍ଟେଣ୍ଡେଣ୍ଟ ଜଗଦୀଶ ସାମଲ, ଏଡିଇଓ ମମତା ମିଶ୍ର, ନୋଡାଲ ଅଫିସର ଡା. ବିରଜା ଶଙ୍କର ରଥ, ଡ୍ରଗସ୍ ଇନ୍ସପେକ୍ଟର ଅଞ୍ଜନ କୁମାର ସାହୁ, ଡା. ମନୋଜ ମହାନ୍ତି, ଡା. ଅଶୋକ ମିଶ୍ର, ସାମାଜିକ କର୍ମୀ ବଦ୍ରି ମିଶ୍ର ଏବଂ ମିଶନ ଓଡ଼ିଶା କର୍ମକର୍ତ୍ତା ମଧୁସୂଦନ ମିଶ୍ର ବୈଠକରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଜିଲା ତମାଖୁ ନିୟନ୍ତ୍ରଣ କମିଟି ପରାମର୍ଶଦାତା ଡା. ସୁଶାନ୍ତ କୁମାର ବିଶ୍ୱାଳ ସଂଯୋଜନା କରିଥିଲେ।
Posted inHome, Home Left, ଆମ ଜିଲା ଖବର, ପୁରୀ View All
ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର
ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...
ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ
ଓ୍ବାଶିଂଟନ୍,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...
ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି
ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...
ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…
ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...
ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ
ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...
ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…
ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍ଜିଏନ୍ଆର୍ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...
ସ୍ବିଫ୍ଟ କାର୍ରେ ପାର୍ଟନର୍ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ
ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...
କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ
ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...
Archives


