ଗଜ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ,୨୨ା୬: ଆଜି ଅର୍ଥାତ୍‌ ଶନିବାର ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉ ଗଜ ବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାନ ପକ୍ଷରୁ ନୀତ ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଇଥିଲା। ଏହି ଅନୁଯାୟୀ, ରାତି ୪.୩୦ରେ ମଙ୍ଗଳାର୍ପଣ ପରେ ଭୋରରେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହଙ୍କୁ ସ୍ନାନବେଦିକୁ ବିଜେ କରାଯାଇଥିଲା। ପ୍ରଥମେ ବଡ଼ଠାକୁର ବଳଭଦ୍ର ରତ୍ନବେଦି ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ଶେଷରେ କାଳିଆସାଆନ୍ତ ରତ୍ନବେଦି ଛାଡ଼ି ଧାଡି ପହଣ୍ଡିରେ ହଲି ହଲି ସ୍ନାନବେଦିରେ ପହଞ୍ଚିଥିଲେ। ପରେ ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ଦାରୁଦିଅଁ। ଦାରୁ ଦିଅଁଙ୍କ ସ୍ପତନ୍ତ୍ର ନୀତିକାନ୍ତି ସମାପନ ପରେ ଚତୁର୍ଦ୍ଧାବିଗ୍ରହ ୧୦୮ ଗରା ସୁବାସିତ ଜଳରେ ସ୍ନାନବେଦିରେ ସ୍ନାନ କରିଥିଲେ। ଅପରାହ୍ନରେ ଭକ୍ତଙ୍କୁ ଦୁର୍ଲଭ ଗଜ ବା ହାତୀବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି ଶ୍ରୀଜିଉ।

Share