ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ,୧୭।୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଧବାର ଲୋକାର୍ପିତ ହୋଇଛି। ଶୁଭଲଗ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ।
ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହୋଇଛି। ଲୋକାର୍ପଣ ଫଳକରେ ନଡ଼ିଆ ପିଟି ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଅଧ୍ୟକ୍ଷ କାର୍ତ୍ତିିକ ପାଣ୍ଡିଆନ୍‌ ମଧ୍ୟ ଉପସ୍ଥିତ ଥିଲେ। ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ତ୍ରିଦିନାତ୍ମକ ଯଜ୍ଞର ପୂର୍ଣ୍ଣାହୂତି ସମ୍ପନ୍ନ ହୋଇଛି ।

ହୋମ ଯଜ୍ଞ ସରିବା ପରେ ଅନ୍ତଃ ପ୍ରଦକ୍ଷିଣ ପଥରେ ଅଧଘଣ୍ଟା ଧରି ନାମ ସଂକୀର୍ତ୍ତନ ଶୋଭାଯାତ୍ରା ଚାଲିବ । ଏହା ଆଗରୁ ପଞ୍ଚକର୍ମ, ଶାଳା ପ୍ରବେଶ ଓ ନୂତନ ନିର୍ମାଣ ସ୍ଥଳରେ ସଂସ୍କାରିତ ଜଳ ସିଞ୍ଚନ ହୋଇଛି। ଚାରି ଦ୍ୱାରରେ ବେଦ ପାଠ ମଧ୍ୟ କରାଯାଇଛି। ଏ ନେଇ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି।

 

 

 

 

Share