ଜମଜ ସନ୍ତାନ ପ୍ରସବ କଲେ ସିଦ୍ଧୁ ମୁସେୱାଲାଙ୍କ ମାଆ? ପିତା ଦେଲେ ବଡ ଅପଡେଟ

ଚଣ୍ଡିଗଡ଼,୧୪।୩: ପଞ୍ଜାବି ସିଙ୍ଗର ସିଦ୍ଧୁ ମୁସେୱାଲାଙ୍କ ମା ଯାଆଁଳା ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ଏହି ଖବର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବାସ୍ତବରେ, କିଛି ଦିନ ପୂର୍ବେ ସ୍ବର୍ଗତ ଗାୟକ ସିଦ୍ଧୁ ମୁସେୱାଲାଙ୍କ ପ୍ରଶଂସକମାନେ ଏକ ଖୁସି ଖବର ପାଇଲେ ଯେ ମୁସେୱାଲାଙ୍କ ମାତା ଚରଣ କୌର ୫୮ବର୍ଷ ବୟସରେ ଗର୍ଭବତୀ ଅଛନ୍ତି, ସେ ତାଙ୍କର ଦ୍ୱିତୀୟ ସନ୍ତାନର ମାତା ହେବାକୁ ଯାଉଛନ୍ତି। ଆହୁରି ମଧ୍ୟ ସୂଚନା ମିଳିଥିଲା ଯେ ଚରଣ କୌର ଗର୍ଭଧାରଣ ପାଇଁ IVF ପ୍ରକ୍ରିୟା ଗ୍ରହଣ କରିଛନ୍ତି। ବର୍ତ୍ତମାନ ଚରଣ କୌରଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ମୁସୱାଲାଙ୍କ ପ୍ରଶଂସକମାନେ ଶୀଘ୍ର ଭଲ ଖବର ଶୁଣିବାକୁ ଆଶା କରୁଛନ୍ତି।

ତେବେ ମୁସେୱାଲାଙ୍କ ପିତା ବାଲକୌର ସିଂ ଏହି ପ୍ରସଙ୍ଗରେ ଏକ ନୂତନ ଅପଡେଟ ଦେଇଛନ୍ତି। ସୋସିଆଲ ମିଡିଆରେ ଏଭଳି ଅନେକ ଖବର ଆସୁଛି ଯେ ଗାୟକଙ୍କ ମା ଯାଆଁଳା ସନ୍ତାନ ଜନ୍ମ ଦେଇଛନ୍ତି, ଏହା ପରେ ପିତା ବାଲକୌର ସିଂ ତାଙ୍କ ନିରବତା ଭାଙ୍ଗିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକରେ ପୋଷ୍ଟ କରି ତାଙ୍କ ପତ୍ନୀ ଯାଆଁଳା ସନ୍ତାନ ଜନ୍ମ ବିଷୟରେ ସେ ସତ୍ୟ ପ୍ରକାଶ କରିଛନ୍ତି।
ପିତା ବାଲକୌର ସିଂ ଏହି ପୋଷ୍ଟରେ ଲେଖିଛନ୍ତି ଯେ, ଆମ ପରିବାର ବିଷୟରେ ଚିନ୍ତା କରିଥିବାରୁ ସିଦ୍ଧୁଙ୍କ ପ୍ରଶଂସକଙ୍କ ନିକଟରେ ଆମେ କୃତଜ୍ଞ। ସେ ଆହୁରି ମଧ୍ୟ ଲେଖିଛନ୍ତି ଯେ, ତାଙ୍କ ପରିବାର ବିଷୟରେ ଅନେକ କଳ୍ପନାଜଳ୍ପନା ଚାଲିଛି, କିନ୍ତୁ ତାଙ୍କର ଅନୁରୋଧ ହେଉଛି ଏହି ସମସ୍ତ ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ, ଖବର ଯାହା ବି ହେଉ, ପରିବାର ନିଶ୍ଚିତ ଭାବରେ ଆପଣଙ୍କ ସମସ୍ତଙ୍କ ସହ ଶେୟାର କରିବେ। ତେବେ ସିଦ୍ଧୁଙ୍କ ପ୍ରଶଂସକମାନେ ଦୀର୍ଘ ଦିନ ଧରି ଭଲ ଖବର ଶୁଣିବାକୁ ଅପେକ୍ଷା କରି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ

ବୌଦ୍ଧ,୨୭।୪(ଅଜିତ କୁମାର ବାରିକ): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ରବିବାର ଚଳିତବର୍ଷ ପ୍ରଥମ ରଥକାଠ ବୌଦ୍ଧ ବନଖଣ୍ଡରୁ ପୁରୀ ପଠାଯାଇଛି। ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା...

ମା’ ମାହେଶ୍ୱରୀଙ୍କ ପୂଜାର୍ଚ୍ଚନା: ଡୁମାଳ ସମାଜର ବିକାଶକୁ ଗୁରୁତ୍ୱ

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ନଦୀଖଣ୍ଡି ସାଇ ମନ୍ଦିର ପରିସରରେ ରବିବାର ଡୁମାଳ ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ...

ପାକିସ୍ତାନ ସୁପର ଲିଗରେ ସାମିଲ ଥିବା ୨୩ ଭାରତୀୟ ସ୍ବଦେଶ ଫେରିଲେ

କରାଚୀ,୨୭ା୪: ପାକିସ୍ତାନ ସୁପର ଲିଗ (ପିଏସ୍‌ଏଲ୍‌)ର ପ୍ରଡକଶନ ଓ ବ୍ରଡକାଷ୍ଟ ଦଳର ଅଂଶଥିବା ୨୩ ଭାରତୀୟଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ପହଞ୍ଚାଇବା ଲାଗି ପାକିସ୍ତାନ କ୍ରିକେଟ...

Pakistan: ପାକ୍‌ ଗିରଫ କରିଥିବା ଭାରତୀୟ ଯବାନଙ୍କୁ ଖୋଜି ଖୋଜି ପାକିସ୍ତାନ ପଳାଇଲେ ଗର୍ଭବତୀ ସ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୭।୪: ସ୍ବାମୀଙ୍କୁ ମୁକୁଳେଇବା ପାଇଁ ପାକିସ୍ତାନ ଗସ୍ତ କରୁଛନ୍ତି ସ୍ତ୍ରୀ। ପଞ୍ଜାବର ଫେରୋଜପୁର ଜିଲାରେ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରିବା ଅଭିଯୋଗରେ ପାକିସ୍ତାନ ରେଞ୍ଜର୍ସ ଦ୍ୱାରା...

ଏସିଆନ ଭଲିବଲ୍‌ରୁ ଓହରିଲା ଭାରତ

ଲାହୋର,୨୭ା୪: ପହଲଗାମ୍‌ରେ ଏପ୍ରିଲ ୨୨ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୨୬ ପର୍ଯ୍ୟଟକ ନିହତ ହେବାପରେ ଆସନ୍ତା ମାସରେ ଭାରତ ଓ ପାକିସ୍ତାନ ଇସ୍‌ଲାମାବାଦରେ ଖେଳାଯିବାକୁଥିବା ସେଣ୍ଟ୍ରାଲ...

Pahalgam Attack: ଆକ୍ରମଣବେଳେ ଜାମା ମସଜିଦରେ ଚାଲିଥିଲା ଏମିତି, ସେଦିନ ନମାଜ ପାଠ ସାରି ମୁସଲମାନମାନେ କହିଥିଲେ…

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ପରେ ସମଗ୍ର...

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ।  ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ...

ଭାରତ-ପାକିସ୍ତାନ ଭିତରେ ଯୁଦ୍ଧ! AIର ଭୟଙ୍କର ଆକଳନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image