‘ସରଳ ଜୀବନଯାପନ ମହିମା ଧର୍ମର ଆଦର୍ଶ’

ଅନୁଗୋଳ ଅଫିସ/ଢେଙ୍କାନାଳ ଅଫିସ, ୬।୨:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଢେଙ୍କାନାଳ ଯୋରନ୍ଦାସ୍ଥିତ ମହିମା ଗାଦି ଏବଂ ଅନୁଗୋଳ ଅଙ୍ଗାରବନ୍ଧସ୍ଥିତ ମହିମା ପୀଠ ପରିଦର୍ଶନ କରି ସାଧୁସନ୍ଥଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଅଙ୍ଗାରବନ୍ଧରେ ଶୂନ୍ୟଦିଅଁଙ୍କ ଦର୍ଶନ ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଧର୍ମେନ୍ଦ୍ର କହିଲେ, ସରଳ ଜୀବନଯାପନ ମହିମା ଧର୍ମର ଆଦର୍ଶ। ସମାଜରେ ଭ୍ରାତୃଭାବ ସୁଦୃଢ଼ କରିବା, ଈଶ୍ୱରଙ୍କ ପାଖରେ ସମର୍ପିତ ହେବା ଏହି ଧର୍ମର ମୌଳିକ ଆଧାର ବୋଲି ସେ କହିଥିଲେ। ଏହି ଅବସରରେ ସ୍ବାଧୀନତାର ଅମୃତ ମହୋତ୍ସବ ଉପଲକ୍ଷେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ବିଭାଗ ତରଫରୁ ଆୟୋଜିତ ‘ଫଟୋଚିତ୍ର ପ୍ରଦର୍ଶନୀ’କୁ କେନ୍ଦ୍ରମନ୍ତ୍ରୀ ଉଦ୍‌ଘାଟନ କରିଥିଲେ।
ଏହାପରେ କେନ୍ଦ୍ରମନ୍ତ୍ରୀ ଯୋରନ୍ଦା ଗସ୍ତ କରି ବିଶ୍ୱପ୍ରସିଦ୍ଧ ମାଘମେଳାରେ ସାମିଲ ହୋଇଥିଲେ। ସେ ବଳ୍କଳଧାରୀ, କୌପୀନଧାରୀ ମହିମା ସନ୍ନ୍ୟାସୀଙ୍କ ସହ ଆଲୋଚନା କରିଥିଲେ। ଶୂନ୍ୟବାଦର ପୂଣ୍ୟପୀଠ ମହିମାଗାଦି ଯୋରନ୍ଦା। ଏଠାରେ ହେଉଥିବା ପ୍ରସିଦ୍ଧ ମାଘମେଳା ବିଶ୍ୱକଲ୍ୟାଣ ପାଇଁ ପୂଜ୍ୟ ମହିମା ସାଧୁଙ୍କ ଏକତା ଓ ସମୂହ ପ୍ରାର୍ଥନା ମେଳା। ମହିମା ଧର୍ମର ପ୍ରାଣ ପ୍ରତିଷ୍ଠାତା ମହିମା ଗୋସାଇଁଙ୍କ ଅମୂଲ୍ୟ ବାର୍ତ୍ତା ଏବଂ ମହାନ ପ୍ରଚାରକ ସନ୍ଥକବି ଭୀମ ଭୋଇ ତାଙ୍କ ମାର୍ମିକ ସାହିତ୍ୟ ମାଧ୍ୟମରେ ଦେଇଥିବା ଜଗତ କଲ୍ୟାଣ ବାର୍ତ୍ତା ଆମ ସମସ୍ତଙ୍କ ପାଇଁ ପ୍ରେରଣା ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ। ବରିଷ୍ଠ ଭାଜପା ନେତା ରୁଦ୍ରନାରାୟଣ ପାଣି, ରାମଚନ୍ଦ୍ର ପାତ୍ର, ସୁନୀଲ ଶର୍ମା, ସତ୍ୟନାରାୟଣ ଭୁୟଁା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri