ବିଜେଡିରୁ ଇସ୍ତଫା ଦେଲେ ସିମୁଳିଆ ବିଧାୟକ: ଭିଡିଓ ଶେୟାର କରି କହିଲେ ଏମିତି କଥା

ଭୁବନେଶ୍ୱର,୨୨।୫: ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବୁଧବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ ଏ ନେଇ ସୂଚନା ଦେଇଛନ୍ତି। ଜ୍ୟୋତିପ୍ରକାଶ ପୂର୍ବରୁ ମନ୍ତ୍ରୀ ମଧ୍ୟ ଥିଲେ। ଭିଡିଓ ଜରିଆରେ ସେ କହିଛନ୍ତି, ଆଜି ମୁଁ ବିଜେଡିର ପବ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଉଛି। ବିଜେଡି ସହିତ ଆମର ଦୀର୍ଘ ଦିନର ସମ୍ପର୍କ ରହିଛି। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସମୟରୁ ସ୍ବର୍ଗତ ପର୍ଶୁରାମ ପାଣିଗ୍ରାହୀ ୪୦ ବର୍ଷ ଏବଂ ମୁଁ ୧୦ ବର୍ଷହେଲା ଦଳ ସହିତ ଜଡିତ ଅଛି। ଆମକୁ ସୁଯୋଗ ଦେଇଥିବାରୁ ମୁଁ ମାନ୍ୟବର ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଉଛି। ସିମୁଳିଆ ଏବଂ ଖଇରାବାସୀଙ୍କ ପାଇଁ ଆମ ପରିବାର ସର୍ବଦା ଥିବ।
ସୂଚନାଯୋଗ୍ୟ, ସିମୁଳିଆ ବିଧାନସଭା ଆସନ ପାଇଁ ବିଜେଡି ସୁବାସିନୀ ସାହୁଙ୍କୁ ପ୍ରାର୍ଥୀ କରିଛ। ଏହାକୁ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ସମର୍ଥକମାନେ ସହଜରେ ଗ୍ରହଣ କରି ପାରୁନାହାନ୍ତି। ଏଥିପାଇଁ ଦଳ ଘୋଷଣା କରିଥିବା ପ୍ରାର୍ଥୀଙ୍କ ନାମ ବଦଳାଇ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ପ୍ରାର୍ଥୀ କରିବା ପାଇଁ ଦାବି ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri